କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ କଂଗ୍ରେସରୁ ବହିଷ୍କାର କରାଯାଇଛି । ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି ମୋକିମ୍ । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ଚିଠି ଜରିଆରେ ସୂଚନା ଦେଇଛନ୍ତି । ଦଳ ବିରୋଧୀ କାର୍ଯ୍ୟକଳାପ ଲାଗି ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ କରାଯାଇଛି ବୋଲି ଚିଠିରେ ଉଲ୍ଲେଖ ଅଛି । ପିସିସି ସଭାପତି ଭକ୍ତ ଦାସଙ୍କ ପ୍ରସ୍ତାବକୁ AICCର ଅନୁମୋଦନ ମିଳିଛି । ମୋକିମ୍ ମଲ୍ଲିକାର୍ଜୁନ ଖାର୍ଗେ, ରାହୁଲ ଗାନ୍ଧୀ ଏବଂ ଭକ୍ତ ଦାସଙ୍କ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇଥିଲେ ଏବଂ ତାଙ୍କର ପ୍ରସ୍ଥାନ ଯୋଜନା ବିଷୟରେ ମଧ୍ୟ ଇଙ୍ଗିତ କରିଥିଲେ । ସୂଚନାଯୋଗ୍ୟ, ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ ମୋକିମ୍ ଲେଖିଥିବା ଚିଠିକୁ ନେଇ ଏଆଇସିସିର ବରିଷ୍ଠ ନେତାମାନେ କ୍ଷୁବ୍ଧ ହୋଇଥିବା ବୋଲି ବିଶେଷ ସୂତ୍ରରୁ ଜଣାପଡ଼ିଛି । ଭକ୍ତ ଦାସ ଏହି ପ୍ରସଙ୍ଗରେ କଂଗ୍ରେସ ଦଳର ସଭାପତି ମଲ୍ଲିକାର୍ଜୁନ ଖଡ଼୍ଗେ ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହିତ ମଧ୍ୟ ଆଲୋଚନା କରିଥିବା ସୂଚନା ମିଳିଛି । Post navigation Dharmashala Violence: ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ସମର୍ଥକଙ୍କ ଉପରେ ମରଣାନ୍ତକ ଆକ୍ରମଣ Dharmashala Violence: ପ୍ରଣବ ବଳବନ୍ତରାୟଙ୍କ ସମର୍ଥକଙ୍କ ଉପରେ ମରଣାନ୍ତକ ଆକ୍ରମଣ ଘଟଣା; ନିନ୍ଦା କଲେ ନବୀନ