ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ୱାସ୍ଥ୍ୟମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ ଏବଂ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ମହାପ୍ରଭୁଙ୍କ ପହଣ୍ଡି ଦର୍ଶନ କରିଛନ୍ତି ।
 
ପବିତ୍ର ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଗଜେନ୍ଦ୍ର ସିଂ ଶେଖାୱତ ପୁରୀ ସିଂହଦ୍ଵାର ଠାରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶିତ ରଥଯାତ୍ରାର ସ୍ୱତନ୍ତ୍ର ସଂଖ୍ୟା ଉତ୍କଳ ପ୍ରସଙ୍ଗ ଉନ୍ମୋଚନ କରିଛନ୍ତି । ଏହି ଅବସରରେ ବିଜେପିର ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏବଂ ପୁରୀ ସାଂସଦ ଡଃ ସମ୍ବିତ ପାତ୍ର ମଧ୍ୟ ଉପସ୍ଥିତ ଥିଲେ ।
 
ଏହି ଅବସରରେ ପୁରୀରେ ରଥଯାତ୍ରାକୁ ଶୃଙ୍ଖଳିତ କରିବା ସହ ଭିଡକୁ ନିୟନ୍ତ୍ରଣ କରିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟବସ୍ଥା କରାଯାଇଥିବା “ଇଣ୍ଟିଗ୍ରେଟେଡ୍ କମାଣ୍ଡ୍ ଆଣ୍ଡ୍ କଣ୍ଟ୍ରୋଲ ସେଣ୍ଟର”କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଲି ଦେଖିଛନ୍ତି ।
mohan majhi, Dharmedra pradhan join devotees to witness Ratha Jatra
 

By Nirvay

Leave a Reply

Your email address will not be published. Required fields are marked *