ଓଡ଼ିଶା ସମ୍ପର୍କରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଦେଇଥିବା ଆପତ୍ତିଜନକ ମନ୍ତବ୍ୟ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ତ୍ସନା କରିଛନ୍ତି। ଆପଣଙ୍କୁ ଏ ଅଧିକାର କିଏ ଦେଲା ବୋଲି ଶ୍ରୀ ମାଝୀ ପ୍ରଶ୍ନ କରିଛନ୍ତି ? ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ। ଓଡ଼ିଶାବାସୀ ମଧ୍ୟ ଦାୟିତ୍ୱବାନ ଏବଂ ସଚେତନ। ଆମ ରାଜ୍ୟ ଓଡ଼ିଶା ପ୍ରତି ଆପଣଙ୍କର ଏଭଳି ବିଦ୍ୱେଷ ଭାବ, ନକାରାତ୍ମକ ମନ୍ତବ୍ୟ ଏବଂ ସମ୍ବେଦନହୀନ ମନୋଭାବକୁ ଆମ ଓଡ଼ିଶାବାସୀ କେବେ ବି ଗ୍ରହଣ କରିବେ ନାହିଁ। ଜଘନ୍ୟ ଅପରାଧର ଶିକାର ହୋଇଥିବା ଝିଅକୁ ନ୍ୟାୟ ନ ଦେଇ, ପ୍ରତିଶୋଧ ପରାୟଣା ଭାବ ନେଇ ଆପଣ ଯେଉଁ ମନ୍ତବ୍ୟ ଦେଉଛନ୍ତି ତାହା ଦେଶପାଇଁ ବିପଜ୍ଜନକ। ଆପଣଙ୍କୁ ଅନୁରୋଧ, ଏଥିରୁ କ୍ଷାନ୍ତ ରୁହନ୍ତୁ। ଶାନ୍ତ ରହନ୍ତୁ। Post navigation ଓଡ଼ିଶାକୁ ୪ ହଜାର ୩୨୪ କୋଟିର ନୂତନ ରେଳ ପ୍ରକଳ୍ପ ପାଇଁ କେନ୍ଦ୍ର କ୍ୟାବିନେଟ୍ର ନିଷ୍ପତ୍ତି ଚିକିଟି ମଦ ମୃତ୍ୟୁ ଘଟଣା; ସାଲିଆ ସାହିରେ ବୁଲିଲା ବୁଲଡୋଜର