ଆଜି ବସିଥିବା ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ଭାବେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କ ଉପରେ ମୋହର ବାଜିଛି। ତେବେ ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯିବା ପରେ ସନ୍ଧ୍ୟାରେ ମୋହନଙ୍କ ସମେତ ଭାଜପାର ବରିଷ୍ଠ ନେତାମାନେ ରାଜଭବନରେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି।

ରାଜଭବନ ଯାଇ ବିଜେପିର ଟିମ୍ ରାଜ୍ୟରେ ସରକାର ଗଠନ କରିବାକୁ ଦାବି ଜଣାଇଛନ୍ତି । ଏହି ଅବସରରେ ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂ, ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନେକ ବରିଷ୍ଠ ନେତା ଉପସ୍ଥିତ ରହିଥିଲେ।

ଏଥି ସହ ବିଜେପିର ୭୮ ବିଧାୟକ ଓ ୩ ଜଣ ସ୍ୱାଧୀନ ବିଧାୟକଙ୍କ ସମର୍ଥନରେ ଓଡ଼ିଶାରେ ବିଜେପି ସରକାର ହେବାକୁ ଯାଉଛି ।

Leave a Reply

Your email address will not be published. Required fields are marked *