ବିଜେଡିରେ ସାମିଲ ହୋଇଛନ୍ତି କଂଗ୍ରେସ ନେତା ବାପି ସର୍ଖେଲଙ୍କ ପତ୍ନୀ ମୋନିଦୀପା ସର୍ଖେଲ। ରବିବାର ଶଙ୍ଖ ଭବନରେ ଶହ ଶହ ସମର୍ଥକଙ୍କ ସହ ସେ ଶଙ୍ଖ ଶିବିରରେ ସାମିଲ ହୋଇଛନ୍ତି। ବିଜେଡିରେ ମିଶିବା ପରେ ସେ ପାରାଦ୍ୱୀପରୁ ପ୍ରାର୍ଥୀ ହୋଇପାରନ୍ତି ବୋଲି ମଧ୍ୟ ଚର୍ଚ୍ଚା ହେଉଛି।

ଶ୍ରମିକ ନେତା ବାପି କଂଗ୍ରେସ ଦଳରୁ ୨୦୧୯ରେ ପ୍ରାର୍ଥୀ ହୋଇଥିଲେ। ୫୦ହଜାରରୁ ଅଧିକ ଭୋଟ ପାଇଥିବା ବାପି ନିର୍ବାଚନରେ ପରାଜିତ ହେବାପରେ କଂଗ୍ରେସଠାରୁ ଦୂରେଇ ଯାଇଥିଲେ। ବିଗତ ପୌର ନିର୍ବାଚନରେ ସେ ‘ଆମ ପାରାଦ୍ୱୀପ ଆମ ପ୍ରଗତି ’ ନାମରେ ନୂଆ ସଙ୍ଗଠନ ଗଠନ କରି ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଥିଲେ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *