ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଖୁବ୍ ଶୀଘ୍ର ଏଥିରୁ ମୁକ୍ତି ମିଳିବ ବୋଲି ଜଣାଯାଛି। ଏଥର ରାଜ୍ୟକୁ ଶୀଘ୍ର ଆସୁଛି ମୌସୁମୀ । ତେବେ ୧୦ ତାରିଖ ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ ବାୟୁ। ପ୍ରଥମେ ଦକ୍ଷିଣ ଓଡ଼ିଶାକୁ ପ୍ରବେଶ କରିବ। ପରେ ଅନ୍ୟ ଅଞ୍ଚଳକୁ ସ୍ପର୍ଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ମୌସୁସୀ ଛୁଇଁବା ପୂର୍ବରୁ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହୋଇପାରେ ପ୍ରାକ ମୌସୁମୀ ବର୍ଷା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

ସେପଟେ ଆଗାମୀ ୪ ଦିନରେ ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରି ସେଲସିଅସ୍ ବଢ଼ିବପାରେ ବୋଲି କୁହାଯାଉଛି। ବରଗଡ଼, ବଲାଙ୍ଗୀର, ନୂଆପଡ଼ାରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବା। ଏଭଳି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Leave a Reply

Your email address will not be published. Required fields are marked *