Monsoon to reach Odisha in 2/3 days
ଆସନ୍ତା ଦୁଇ ତିନି ଦିନ ମଧ୍ୟରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ବାୟୁ ଓଡିଶା ଛୁଇଁବା ପାଇଁ ପାଗ ଅନୁକୂଳ ରହିଥିବା ପାଣିପାଗ ବିଭାଗ କହିଛି ।
 
ଚଳିତ ଥର ଓଡ଼ିଶାରେ ଅପେକ୍ଷାକୃତ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । ଓଡ଼ିଶା ଉପକୂଳରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଲଘୁଚାପ ପ୍ରଭାବରେ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ।
 
ତେବେ ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରଚଣ୍ଡ ବିଜୁଳି ଘଡଘଡି ସହ ବର୍ଷା ହେବ । ବଜ୍ରପାତ ନେଇ ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

By Nirvay

Leave a Reply

Your email address will not be published. Required fields are marked *