ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଯୋଗୁ ଚାରିଆଡ଼େ ଜାରି ରହିଛି ବର୍ଷା । ଆଗାମୀ ୫ ଦିନ ଯାଏଁ ଲାଗି ରହିବ ବର୍ଷା ଘଡଘଡି। ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡ଼ଘଟି ସହ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଓ ଅନ୍ୟ ୨୫ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ନେଇ ଜାରି ରହିଛି ୟେଲୋ ୱାର୍ଣ୍ଣିଂ ।

୨୬ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ଘଡ଼ଘଡ଼ି ସହ ହାଲୁକା ବର୍ଷା । ୨୬ରୁ ବର୍ଷାର ପରିମାଣ ବଢ଼ିବା ନେଇ ବୋଲି ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

ଅନ୍ୟପଟେ ଆଗାମୀ ୪ ଦିନ ପାଇଁ ବିଜୁଳି ଘଡଘଡି ପାଇଁ ସତର୍କ ସୂଚନା ଦିଆଯାଇଛି । ଉପକୂଳ ଓଡ଼ିଶା ସମେତ ବଲାଙ୍ଗୀର , ନୂଆପଡ଼ା , ସୋନପୁର ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ଘଡଘଡି ବିଜୁଳି ମାରିବାର ସମ୍ଭାବନା ରହିଛି। ଏଣୁ ସତର୍କ ସୂଚନା ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

Leave a Reply

Your email address will not be published. Required fields are marked *