ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କୁ ଆକ୍ରମଣ ଘଟଣାରେ ଆଉ ୫ ଜଣଙ୍କୁ ଗିରଫ କରିଛି ପୋଲିସ୍ । ଏହାଫଳରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି। ତେବେ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା କରଞ୍ଜମାଳର ପୂର୍ବତନ ସରପଞ୍ଚ ରମେଶ ନାୟକଙ୍କୁ ଏଯାଏ ପୁଲିସ ଧରିବାରେ ସକ୍ଷମ ହୋଇନଥିବା ସୂଚନା।

ସୂଚନା ମୁତାବକ,  ନିର୍ବାଚନ ପ୍ରଚାରର ଶେ‌ଷ ଦିନରେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାନକୁଟା ଗାଁରେ ପ୍ରଚାର ସାରି ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡା ଓ ତାଙ୍କ ୪୦ରୁ ୫୦ ଜଣ କର୍ମୀଙ୍କ ସହ ଫେରୁଥିବା ସମୟରେ ଚାନ୍ଦବାଲି ସସିତାଦେଇପୁର ନିକଟରେ ୧୦୦ଅଧିକ ବିଜେଡି କର୍ମୀ ସେମାନଙ୍କ ଉପରେ ଆକ୍ରମଣ କରିଥିଲେ। ଏଥିରେ ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସହ ୪ ଜଣ ଗୁରୁତର ଆହତ ହୋଇଥିଲେ। ଏନେଇ ବାଂଶଡ଼ା ଥାନାରେ ଅଭିଯୋଗ କରିଥିଲେ ଅଭିଳାଷ। ‌ଏହି ଆକ୍ରମଣରେ ଶହେରୁ ଅଧିକ ବିଜେଡି କର୍ମୀଙ୍କ ସମ୍ପୃକ୍ତି ଥିବା ଅଭି‌ଯୋଗ କରି ସେମାନଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ବିଜେପି କର୍ମୀମାନେ ଧାମରା-ବାସୁଦେବପୁର ରାସ୍ତା ଅବରୋଧ କରିଥିଲେ।

Leave a Reply

Your email address will not be published. Required fields are marked *