ଝାରସୁଗୁଡ଼ା ବେଳପାହାଡ଼ ନିକଟରେ ସ୍କୁଲ ବସ୍‌ ଏବଂ ଟ୍ରକ ମୁହାଁମୁହିଁ ଧକ୍କା ହୋଇଛି। ଝାରସୁଗୁଡ଼ା-ବେଲପାହାଡ଼ ରାସ୍ତାର ତାରିଣୀ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କୁ ବେଳପାହାଡ଼ର ଏକ ଘରୋଇ ହସ୍ପିଟାଲ ଏବଂ ମଣ୍ଡଳିଆ ସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।

ସୂଚନା ଅନୁସାରେ ୪୯ ନମ୍ବର ଜାତୀୟ ରାଜପଥର ଝାରସୁଗୁଡା-ବେଲପାହାଡ ରାସ୍ତା ତାରିଣୀ ମନ୍ଦିର ନିକଟରେ ସ୍କୁଲ ବସ୍‌କୁ ଧକ୍କା ଦେଲା ଟ୍ରକ। ସ୍କୁଲ ବସ୍ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ଝାରସୁଗୁଡ଼ା-ବେଲପାହାଡ଼ ରାସ୍ତାର ତାରିଣୀ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି । କିଛି ଶିକ୍ଷକ ଓ ଶିକ୍ଷୟିତ୍ରୀ ଆଜି ସକାଳେ ସ୍କୁଲ ବସରେ ଝାରସୁଗୁଡ଼ାରୁ ବନ୍ଧବାହାଲ ଅଭିମୂଖେ ଯାତ୍ରା କରୁଥିଲେ । ତେବେ ଏନଏଚ-୪୯ର ତାରିଣୀ ମନ୍ଦିର ନିକଟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ ସହ ବସର ମୁହାଁମୁହିଁ ଧକ୍କା ହୋଇଥିଲା । ଏହି ଦୁର୍ଘଟଣାରେ ଉଭୟ ଯାନ ଆଗପଟ ଭାଙ୍ଗିଯାଇଥିବା ଜଣାପଡ଼ିଛି । ଫଳରେ ଘଟଣାସ୍ଥଳରେ ୧୦ରୁ ଅଧିକ ଯାତ୍ରୀ ଆହତ ହୋଇଥିଲେ । ବସଟିରେ ଡ୍ରାଇଭରଙ୍କୁ ମିଶାଇ ମୋଟ ୨୫ ଜଣ ଯାତ୍ରା କରୁଥିଲେ । ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ବସ ଓ ଟ୍ରକକୁ ଜବତ କରିବା ସହ ଘଟଣାର ତଦନ୍ତ କରୁଛି । ଦୁର୍ଘଟଣାରେ ବସ୍ ଓ ଟ୍ରକର ସମ୍ମୁଖ ଅଂଶଟି ଭାଙ୍ଗି ନଷ୍ଟ ହୋଇଯାଇଛି।

Leave a Reply

Your email address will not be published. Required fields are marked *