ଆଜି ଭୁବନେଶ୍ୱର ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ବିଜେପି ଶୀର୍ଷ ନେତୃତ୍ବଙ୍କୁ ନେଇ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏହି ବୈଠକ କରିଛନ୍ତି। ମିଟିଂରେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ, ପ୍ରଭାରୀ ସୁନୀଲ ବଂଶଲ, ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର, ଲତା ଉସେଣ୍ଡି,ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଜ୍ୟ ସଭାପତି ଓ ଅନ୍ୟ ସଦସ୍ୟ ଉପସ୍ଥିତ ଥିବା ସୂଚନା ମିଳିଛି। ଦିନକ ପରେ ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ରହିଥିବା ବେଳେ ଏହି ବୈଠକରେ ବିଭିନ୍ନ ଦିଗକୁ ନେଇ ଆଲୋଚନା ହୋଇଥିବା ସୂଚନା ମିଳିଛି।

By Nirvay

Leave a Reply

Your email address will not be published. Required fields are marked *