ନୂଆଦିଲ୍ଲୀ  : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ଲାଗି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ରବିବାର ସଂଧ୍ୟା ୭ଟା ୧୫ମିନିଟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନରେନ୍ଦ୍ର ମୋଦୀଙ୍କୁ ପ୍ରଧାନମନ୍ତ୍ରୀ ଭାରେ ଶପଥ ପାଠ କରାଇଛନ୍ତି । ଏହା ସହିତ ଲଗାତାର ୩ୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବାରେ ସେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ୍ ଜବାହାରଲାଲ ନେହେରୁଙ୍କୁ ରେକର୍ଡ ସହ ସମକକ୍ଷ ହୋଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଶପଥ ପାଠ ସମାରୋହରେ ଦେଶ ତଥା ବିଦେଶରୁ ବହୁ ଅତିଥି ଯୋଗ ଦେଇଛନ୍ତି।

By SonaliP

Leave a Reply

Your email address will not be published. Required fields are marked *