Naveen Slams Odisha Govt Over Rising Crimes Against Women
ଶୁକ୍ରବାର ଦିନ ବିଳମ୍ବିତ ରାତିରେ ମା’ ଦୁର୍ଗାଙ୍କ ଭସାଣି ଶୋଭାଯାତ୍ରା ସମୟରେ କଟକରେ ଘଟିଥିବା ଗୋଷ୍ଠୀ ସଂଘର୍ଷକୁ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଦୃଢ଼ ନିନ୍ଦା କରିଛନ୍ତି ।
 
ଭାଇଚାରାର ସହର କଟକରେ ଏପରି ଅପ୍ରୀତିକର ସ୍ଥିତି ବେଶ ଚିନ୍ତାଜନକ ବୋଲି ନବୀନ କହିଛନ୍ତି । ଭସାଣି ସମୟରେ ଢେଲା ପଥର, ବୋତଲ ମାଡ଼ ପରି ଘଟଣା ଏକ ବଡ଼ ସମ୍ବେଦନଶୀଳ ଦିଗକୁ ଇଙ୍ଗିତ କରୁଛି । ଶାନ୍ତିପ୍ରିୟ ଓଡ଼ିଶାରେ ଏ ଅଶାନ୍ତିର ବାତାବରଣ କଦାପି ଗ୍ରହଣୀୟ ନୁହେଁ ବୋଲି ପୂର୍ବତନ ମୁଖ୍ୟମନ୍ତ୍ରୀ କହିଛନ୍ତି ।
 
ଏପରି ସ୍ଥିତିକୁ ନିୟନ୍ତ୍ରଣ କରିବା ଆଗରେ ପୋଲିସ ପ୍ରଶାସନ ସମ୍ପୂର୍ଣ୍ଣ ଅସହାୟ ମନେ ହେଉଛି । ବିଜେପି ସରକାରରେ ପୋଲିସ ଉପରେ ରହୁଥିବା ଚାପ ରାଜ୍ୟରେ ଆଇନଶୃଙ୍ଖଳାକୁ ବିଗାଡ଼ି ଦେଉଛି ବୋଲି ସେ ତାଙ୍କ ସୋସିଆଲ ମେଡିଆ ପୋଷ୍ଟରେ କହିଛନ୍ତି । ପରସ୍ପର ମଧ୍ୟରେ ସୌହାର୍ଦ୍ଦ୍ୟ ଓ ସଦଭାବନା ତଥା ସମାଜରେ ଶାନ୍ତି ଓ ମୈତ୍ରୀ ବଜାୟ ରହୁ ବୋଲି ସେ କହିଛନ୍ତି ।
 
କହିରଖୁଛୁ ଯେ, ଶୁକ୍ରବାର ଦିନ ବିଳମ୍ବିତ ରାତିରେ କଟକରେ ମା’ ଦୁର୍ଗାଙ୍କ ଭସାଣି ଶୋଭାଯାତ୍ରା ଚାଲିଥିବା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ସଂଘର୍ଷ କାରଣରୁ ୬ ଜଣ ଗୁରୁତର ଆହତ ହୋଇଛନ୍ତି ।
 
କାଚ ଓ ପଥର ମାଡରେ କଟକ ଡିସିପି ରିଷିକେଶ ଖିଲାରୀ ମଧ୍ୟ ଆହତ ହୋଇଥିବା ସୂଚନା ରହିଛି । ମିଳିଥିବା ସୂଚନା ଅନୁଯାୟୀ, କଟକ ଦୁର୍ଗା ପୂଜା ଭସାଣିରେ ହୋଇଥିବା ଗଣ୍ଡଗୋଳ ଘଟଣାରେ ୬ ଜଣଙ୍କୁ ଗିରଫ କରାଯାଇଛି । 

By Nirvay

Leave a Reply

Your email address will not be published. Required fields are marked *