Naveen demands Urgent Action on Paddy Procurement Crisis
ଧାନ ସଂଗ୍ରହ ସମୟରେ ଆମ ରାଜ୍ୟର ଅନ୍ନଦାତାମାନେ କିପରି ବ୍ୟବସ୍ଥାଗତ ଶୋଷଣ ଓ କଷଣର ସମ୍ମୁଖୀନ ହେଉଛନ୍ତି, ସେ ସମ୍ପର୍କରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ଦୃଷ୍ଟି ଆକର୍ଷଣ କରିଛନ୍ତି ।
 
ନବୀନ କହିଛନ୍ତି ଯେ, କୃଷି ହେଉଛି ଓଡିଶାର ଜୀବନ ରେଖା । ତଥାପି ପ୍ରଶାସନିକ ଉଦାସୀନତା ଓ ଲୋକଙ୍କୁ ଦେଇଥିବା ନିର୍ବାଚନ ପ୍ରତିଶ୍ରୁତି ପାଳନରେ ବିଫଳତା ଯୋଗୁ ଚଳିତ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଆମ ଚାଷୀ ମାନଙ୍କ ପାଇଁ ଏକ ସଂଘର୍ଷମୟ ସ୍ଥିତି ସୃଷ୍ଟି କରିଛି ।
 
୨୦୨୪ ନିର୍ବାଚନ ସମୟରେ ବିଜେପିର ନିର୍ବାଚନୀ ଇସ୍ତାହାରର ଦୁଇ ନମ୍ବର ପଏଣ୍ଟରେ ଧାନର ସର୍ବାଧିକ ସହାୟକ ମୂଲ୍ୟ ବୃଦ୍ଧି ଓ କଟନୀ-ଛଟନୀ ସମ୍ପୁର୍ଣ୍ଣ ବନ୍ଦ କରିବା ସମ୍ପର୍କରେ ଚାଷୀ ଭାଇ ଭଉଣୀ ମାନଙ୍କୁ ପ୍ରତିଶ୍ରୁତି ଦିଆ ଯାଇଥିଲା । କିନ୍ତୁ ବାସ୍ତବ ସ୍ଥିତି ହେଉଛି ଯେ ରାଜ୍ୟରେ ଥିବା ମଣ୍ଡି ଗୁଡିକ ଏବେ ନିର୍ଯାତନାର କେନ୍ଦ୍ର ପାଲଟି ଯାଇଛି। ମୁଁ ନିମ୍ନଲିଖିତ ଗୁରୁତ୍ୱପୂର୍ଣ୍ଣ ବିଷୟ ଗୁଡିକରେ ଆପଣଙ୍କର ଜରୁରୀ ହସ୍ତକ୍ଷେପ ଆଶା କରୁଅଛି ।
 
ଏହି ପରିପ୍ରେକ୍ଷୀରେ ଚାଷୀମାନଙ୍କ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ନିମ୍ନୋକ୍ତ ପଦକ୍ଷେପ ତୁରନ୍ତ ନେବା ପାଇଁ ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି:
 
୧. କଟନୀ-ଛଟନୀ ବନ୍ଦ କରିବା ପାଇଁ ତୁରନ୍ତ ମଣ୍ଡି ଗୁଡିକରେ ସ୍ପେଶାଲ ସ୍କ୍ୱାର୍ଡ ନିୟୋଜିତ କରାଯାଉ ଏବଂ ଦୋଷୀ ମିଲ୍‌ ମାଲିକ ଓ ସରକାରୀ ଅଫିସରଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ।
 
୨. ଇନପୁଟ୍‌ ସବ୍‌ସିଡି ପ୍ରଦାନ ପାଇଁ ରଖାଯାଇଥିବା ଚାଷୀ ପିଛା ସର୍ବାଧିକ ୧୫୦ କ୍ୱିଣ୍ଟାଲ ସିଲିଙ୍ଗ୍‌ ସର୍ତ୍ତ ତୁରନ୍ତ ପ୍ରତ୍ୟାହାର କରାଯାଉ ଏବଂ ରେଜେଷ୍ଟ୍ରିଭୁକ୍ତ ସବୁ ଚାଷୀଙ୍କ ଠାରୁ ସବୁ ଧାନ କିଣାଯାଉ ।
 
୩. ବିଜେପିର ନିର୍ବାଚନ ପ୍ରତିଶ୍ରୁତି ଅନୁଯାୟୀ ସବୁ ଚାଷୀଙ୍କୁ ଧାନ ସଂଗ୍ରହର ୪୮ ଘଣ୍ଟା ମଧ୍ୟରେ DBT ଜରିଆରେ ସେମାନଙ୍କ ପ୍ରାପ୍ୟ ପ୍ରଦାନ କରାଯାଉ ।
 
୪. ୭୨ ଘଣ୍ଟା ମଧ୍ୟରେ ମଣ୍ଡି ଗୁଡିକରେ ଖୋଲାରେ ପଡିଥିବା ସବୁ ଧାନ ଗୁଡିକୁ ଶତ ପ୍ରତିଶତ ଉଠାଯାଉ ।
naveen-demands-urgent-action-on-paddy-procurement-crisis
 
 

By Nirvay

Leave a Reply

Your email address will not be published. Required fields are marked *