ଆସନ୍ତା କାଲି ଶପଥ ନେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ସମେତ ବହୁ ଭିଭିଆଇପି ଯୋଗ ଦେବେ। ଏହି ଶପଥ ସମାରୋହରେ ଯୋଗ ଦେବା ପାଇଁ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଧ୍ୟ ନିମନ୍ତ୍ରଣ କରିଛି ବିଜେପି। ନବୀନ ନିବାସ ଯାଇ ନିମନ୍ତ୍ରଣ ଭାଜପାର ୫ ବରିଷ୍ଠ ନେତା ମନମୋହନ ସାମଲ, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, ନିତ୍ୟାନନ୍ଦ ଗଣ୍ଡ, ସମୀର ମହାନ୍ତି ନିମନ୍ତ୍ରଣ ଦେଇଛନ୍ତି। ନବୀନ ପଟ୍ଟନାୟକ ମଧ୍ୟ ନିମନ୍ତ୍ରଣ ରକ୍ଷା କରି ନିଶ୍ଚିତ ଭାବେ ପହଞ୍ଚିବେ ବୋଲି ପ୍ରତିଶ୍ରୁତି ଦେଇଥିବା କହିଛନ୍ତି ବିଜେପି ନେତା।

ଅନ୍ୟପଟେ ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସ୍‌ପେନ୍ସ ଲାଗିରହିଛି। ତେବେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁକୁ ନେଇ ଆଜି ସ୍ପଷ୍ଟ ହୋଇଯିବ।

Leave a Reply

Your email address will not be published. Required fields are marked *