ବାତ୍ୟା ‘ଦାନା’ ପରିପ୍ରେକ୍ଷୀରେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ବାସୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତା ଦେଇ କହିଛନ୍ତି ସଚେତନତା ଓ ସତର୍କତା ହିଁ ସମ୍ଭାବ୍ୟ ବାତ୍ୟା ‘ଦାନା’ରୁ ଆମକୁ ସୁରକ୍ଷିତ କରିବ। ବାତ୍ୟା ଆସୁଥିବା ଖବର ପାଇ ଆମେ ସମସ୍ତେ ଚିନ୍ତିତ ।ପୂର୍ବରୁ ଆମେ ସମସ୍ତେ ମିଶି ସଫଳତା ସହ ଅନେକ ବାତ୍ୟା ର ମୁକାବିଲା କରିଛନ୍ତି । ସବୁ ବାତ୍ୟା ପରି ଏଥର ମଧ୍ୟ ସୁରକ୍ଷିତ ରହିବା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରିବା। ଆମର ପ୍ରଭାବୀ ବିପର୍ଯ୍ୟୟ ପରିଚାଳନା ନୀତି ରହିଛି ।

ତେଣୁ ଆପଣମାନଙ୍କୁ ମୋର ଅନୁରୋଧ ବାତ୍ୟା ପାଇଁ ଆପଣ ମାନେ ଭୟଭୀତ ହୁଅନ୍ତୁ ନାହିଁ. ସଜାଗ ରୁହନ୍ତୁ । ଜୀବନ ଅମୁଲ୍ୟ, ନିରାପଦ ରୁହନ୍ତୁ, ବାତ୍ୟା ମୁକାବିଲା ରେ ପ୍ରଶାସନ କୁ ପୁରା ସହଯୋଗ ଦିଅନ୍ତୁ ।

ସବୁ ନିର୍ବାଚିତ ପ୍ରତିନିଧି ମାନଙ୍କୁ ମୋର ଅନୁରୋଧ ଆପଣମାନେ ଏ ବିପଦ ସମୟରେ ଲୋକଙ୍କ ସହ ରୁହନ୍ତୁ । ଲୋକଙ୍କୁ ସାହାଯ୍ୟ କରନ୍ତୁ । ମୋର ଦୃଢ଼ ବିଶ୍ୱାସ ଆମେ ସମସ୍ତେ ଏକାଠି ପୂର୍ବ ପରି ବାତ୍ୟା ଦାନାର ସଫଳ ମୁକାବିଲା କରିପାରିବା  ।

Leave a Reply

Your email address will not be published. Required fields are marked *