କଣ୍ଟାବାଞ୍ଜି ଆସନରୁ ନାମାଙ୍କନ ଭରିଲେ ନବୀନ। ଆଜି ନିଜର ଦ୍ବିତୀୟ ଆସନ କଣ୍ଟାବାଞ୍ଜି ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟିଟିଲାଗଡ଼ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଯଥାସମୟରେ ପହଞ୍ଚି ନାମାଙ୍କନପତ୍ର ଦାଖଲ କରିଛନ୍ତି ନବୀନ। ଏହି ସମୟରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ ସମେତ ବଲାଙ୍ଗୀର ସାଂସଦ ପ୍ରାର୍ଥୀ ସୁରେନ୍ଦ୍ର ସିଂ ଭୋଇ, ବରିଷ୍ଠ ନେତା ଅନଙ୍ଗ ଉଦୟ ସିଂହଦେଓ , ଟିଟିଲାଗଡ଼ ବିଧାୟକ ପ୍ରାର୍ଥୀ ଟୁକୁନି ସାହୁ, ବଲାଙ୍ଗୀର ବିଧାୟକ ପ୍ରାର୍ଥୀ କଳିକେଶ ସିଂହଦେଓ ପ୍ରମୁଖ ଉପସ୍ଥିତ ଥିଲେ। ତୁଷରା ଏୟାର ଷ୍ଟ୍ରିପରୁ ଓହ୍ଲାଇ ପରେ ଟିଟିଲାଗଡ଼ ସିଟି ସ୍କୁଲ ପ୍ଲେ ଗ୍ରାଉଣ୍ଡରେ ପହଞ୍ଚିଥିଲେ ନବୀନ। ସେଠାରୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ। ନବୀନଙ୍କ ରୋଡ ସୋ ସମୟରେ ଲୋକଙ୍କ ମଧ୍ଯରେ ଖୁସି ପ୍ରତିଫଳିତ ହେଉଥିଲା।
ଟିଟିଲାଗଡ଼ ଥାନା ଛକରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ନବୀନ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ। ଏହାପରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଚଳିତ ନିର୍ବାଚନରେ ନବୀନ ତାଙ୍କର ପାରମ୍ପରିକ ଆସନ ହିଞ୍ଜିଳି ସମେତ କଣ୍ଟାବାଞ୍ଜିରୁ ବି ପ୍ରାର୍ଥୀ ହୋଇଛନ୍ତି। ଗତ ୩୦ ତାରିଖରେ ସେ ହିଞ୍ଜିଳି ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲେ କରିଥିଲେ ।

By Nirvay

Leave a Reply

Your email address will not be published. Required fields are marked *