ଓଡିଶା ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ୭୯ ବର୍ଷ ରେ ପଦାର୍ପଣ କରିଛନ୍ତି । ଏହି ଅବସରରେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନ ରେ ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀ ର ଗଙ୍ଗନଗର ବିଜୁ ଆଦର୍ଶ କଲୋନୀ ରେ ଆୟୋଜିତ ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମ ରେ ଯୋଗଦେଇଛନ୍ତି ।ବିଜେଡି ର ନେତା ଓ କର୍ମୀ ମାନଙ୍କ ଗହଣ ରେ ନବୀନ ପଟ୍ଟନାୟକ କିଛି ବାଟ ଚାଲିବା ସହିତ ଆୟୋଜିତ ସଭା ରେ ଉପସ୍ଥିତ ଜନତା ଓ କର୍ମୀଙ୍କୁ ଜନ୍ମ ଦିନର ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଛନ୍ତି ।

ଏହି ଅବସରରେ ନବୀନ ପଟ୍ଟନାୟକ କହିଛନ୍ତି ବିଜୁ ଜନତା ଦଳ ଓଡିଶା ବାସୀ ଙ୍କ ସହିତ ସବୁବେଳେ ରହିଛି ଓ ରହିଥିବ ।  ସେବା ବିଜୁ ଜନତା ଦଳ ର ମନ୍ତ୍ର । ତେଣୁ ଲୋକଙ୍କ ସେବା ଜାରି ରଖିବା ପାଇଁ କର୍ମୀ ମାନଙ୍କୁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେବା ସହିତ,ଶେଷ ପର୍ଯ୍ୟନ୍ତ ସେ ଓଡିଶା ମା ର ସେବା କରିଚାଲିବେ ବୋଲି ନବୀନ ପଟ୍ଟନାୟକ କହିଥିଲେ ।

ଭୁବନେଶ୍ୱର ବିଜୁ ଜନତା ଦଳ ର ସଭାପତି ଅଶୋକ ଚନ୍ଦ୍ର ପଣ୍ଡା ଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ବିଜେଡିର ବରିଷ୍ଠ ଉପସଭାପତି ଦେବୀପ୍ରସାଦ ମିଶ୍ର,ସାଂସଦ ଦେବାଶିଷ ସାମନ୍ତରାୟ, ସୁଲତା ଦେଓ,ପ୍ରମିଳା ମଲ୍ଲିକ,ବିଧାୟକ ଅନନ୍ତ ନାରାୟଣ ଜେନା,ବିଧାୟକ ସୁଶାନ୍ତ ରାଉତ,ବିଧାୟକ ବିଭୁତି ବଳବନ୍ତରାୟ ,ଭୁବନେଶ୍ୱର ର ମେୟର ସୁଲୋଚନା ଦାସ, ଡେପୁଟି ମେୟର ମଞ୍ଜୁଲତା କଅଁର,ବିଜେଡି ର ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ବିଜେଡି ର କର୍ପୋରେଟର ମାନେ ଯୋଗ ଦେଇଥିଲେ ।ଏହି ଅବସରରେ ନବୀନ ପଟ୍ଟନାୟକ ପିଲାମାନଙ୍କୁ ଚକୋଲେଟ ମଧ୍ୟ ବାଣ୍ଟି ଥିଲେ । ସୂଚନା ଯୋଗ୍ୟ ଯେ ଚଳିତ ବର୍ଷ ବିଜେଡି ର ଜନ ସମ୍ପର୍କ ପଦଯାତ୍ରା ଅକଟୋବର ୯ ରୁ ଆରମ୍ଭ ହୋଇଛି ଓ ଏହା ନଭେମ୍ବର ୯ ପର୍ଯ୍ୟନ୍ତ ଚାଲିବ ।

ଏହା ସହ ଭୁବନେଶ୍ୱର SOS village ରେ ଜନ୍ମଦିନ ପାଳିଲେ ନବୀନ ପଟ୍ଟନାୟକ । ସରଳ ଓ ନିରାଡ଼ମ୍ବର ଜୀବନ ଶୈଳୀ ରେ ବିଶ୍ୱାସ ରଖୁଥିବା ନବୀନ ପଟ୍ଟନାୟକ ତାଙ୍କ ଜନ୍ମ ଦିନ SOS Village ର ପିଲାମାନଙ୍କ ଗହଣ ରେ କାଟିଛନ୍ତି ।

ଆଜି ପୂର୍ବାହ୍ନ ରେ ନବୀନ ପଟ୍ଟନାୟକ ସେଠାର ପହଂଚିବା ପରେ ପିଲାମାନେ ତାଙ୍କୁ ସ୍ୱାଗତ କରିଥିଲେ । ପିଲାମାନେ ଦ୍ୱାରା ପ୍ରସ୍ତୁତ cake ଶ୍ରୀ ପଟ୍ଟନାୟକ କାଟିବା ସହ ପିଲାମାନଙ୍କୁ ନିଜେ cake ଖୁଆଇ ଦେଇଥିଲେ ଓ ପିଲାମାନଙ୍କୁ ଉପହାର ଦେଇଥିଲେ |

ପିଲାମାନଙ୍କୁ ଆଶୀର୍ବାଦ କରି ନବୀନ ପଟ୍ଟନାୟକ କହିଛନ୍ତି ଯେ ଆଜି ପିଲାମାନଙ୍କ ସହ ଜନ୍ମ ଦିନ ପାଳନ କରି ସେ ବହୁତ ଖୁସି |ତାଙ୍କ ଜନ୍ମ ଦିନ ରେ ସାମିଲ ହୋଇ ଥିବାରୁ ଶ୍ରୀ ପଟ୍ଟନାୟକ ପିଲାମାନଙ୍କୁ ଧନ୍ୟବାଦ ଜଣାଇବା ସହ ଭବିଷ୍ୟତରେ ଭଲ ମଣିଷ ହେବା ପାଇଁ ଆଶୀର୍ବାଦ କରିଥିଲେ |

Leave a Reply

Your email address will not be published. Required fields are marked *