ଭୁବନେଶ୍ୱର : ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ଘଟଣାରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହତମାନଙ୍କୁ ଭେଟିଛନ୍ତି। ଭୁବନେଶ୍ୱର ସମ ହସ୍ପିଟାଲରେ ଗୁରୁତର ଆହାତଙ୍କୁ ଭେଟି ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି। ମୁଖ୍ୟମନ୍ତ୍ରୀ ବରିଷ୍ଠ ଡାକ୍ତରଙ୍କ ସହ ଚିକିତ୍ସା ବ୍ୟବସ୍ଥା ବିଷୟରେ ଆଲୋଚନା କରି ସମସ୍ତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି।

 

ସୂଚନାଯୋଗ୍ୟ, ବୁଧବାର ରାତିରେ ଭଉଁରୀ ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପଖେଳ ଚାଲିଥିବାବେଳେ ବାଣ ବିସ୍ଫୋରଣ ଘଟି ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୧ ରୁ ଅଧିକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ନାବଳକ ଥିବା ସୂଚନା ମିଳିଛି। ବୁଧବାର ରାତିରେ ନାବାଳକଙ୍କ ମୃତ୍ୟୁ ହୋଇଛି । ଆଜି ସକାଳେ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ଅନ୍ୟ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ କଟକ ଓ ଭୁବନେଶ୍ବରର ବିଭିନ୍ନ ହସ୍ପିଟାଲରେ ଏବେ ୨୮ ଜଣ ଚିକିତ୍ସାଧୀନ ଅଛନ୍ତି । ସେମାନଙ୍କ ମଧ୍ୟରୁ କଟକ ଏସସିବିରେ ୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଚିକିତ୍ସାଧୀନ ଥିବା ଆହତଙ୍କ ମଧ୍ୟରୁ ଅନେକଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ ରହିଛି ।

 

By SonaliP

Leave a Reply

Your email address will not be published. Required fields are marked *