ଭୁବନେଶ୍ବର: ନିର୍ବାଚନୀ ପ୍ରଚାର ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କନ୍ଧମାଳ ଜିଲ୍ଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ ଏବଂ ସେଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ। ସଭାରେ କନ୍ଧମାଳ ଏମପି ପ୍ରାର୍ଥୀଙ୍କ ସହ ସଂସଦୀୟ କ୍ଷେତ୍ରର ୭ଟି ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନବୀନ ଭୋଟ ଭିକ୍ଷା କରିବେ। ଏଥିସହ ସାଧାରଣ ଜନତାଙ୍କୁ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।

Leave a Reply

Your email address will not be published. Required fields are marked *