ବିଧାୟକ, ମନ୍ତ୍ରୀଙ୍କ ଦରମା ବୃଦ୍ଧି ପ୍ରସଙ୍ଗ । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବର୍ଦ୍ଧିତ ଦରମାକୁ ଗରିବଙ୍କ ପାଇଁ ଦାନ କରିବେ । ଚିଠି ଲେଖି ଘୋଷଣା କଲେ ନବୀନ । ଗରିବ ଲୋକଙ୍କ ବିକାଶ ପାଇଁ ଖର୍ଚ୍ଚ ହେଉ ମୋ ଦରମା କହିଲେ ନବୀନ।

ଓଡ଼ିଶା ବିଧାନସଭାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶନିବାର ଦିନ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି ଲେଖି କହିଛନ୍ତି ଯେ ସେ ବିରୋଧୀ ଦଳ ନେତାଙ୍କ ପାଇଁ ବୃଦ୍ଧି କରାଯାଇଥିବା ଦରମା ଏବଂ ଭତ୍ତା ପରିତ୍ୟାଗ କରିବାକୁ ଚାହୁଁଛନ୍ତି ।

ନବୀନ ପଟ୍ଟନାୟକ କହିଛନ୍ତି ଗତ ୨୫ ବର୍ଷରୁ ଅଧିକ ସମୟ ଧରି ଓଡ଼ିଶାବାସୀଙ୍କ ପ୍ରେମ, ସ୍ନେହ ଏବଂ ସମର୍ଥନ ମୋତେ ଆଶୀର୍ବାଦ କରିଛି। ମୁଁ ଓଡ଼ିଶାବାସୀଙ୍କ ପ୍ରତି ଏବଂ ମୋ ପ୍ରତି ଏବଂ ମୋ ପିତା ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତି ସେମାନଙ୍କର ପ୍ରେମ ପାଇଁ ଅତ୍ୟନ୍ତ ଋଣୀ। ଆପଣ ଜାଣିଥିବେ ଯେ ୨୦୧୫ ମସିହାରେ ଆମ ପରିବାର କଟକରେ ଥିବା ସେମାନଙ୍କର ପୈତୃକ ସମ୍ପତ୍ତି ‘ଆନନ୍ଦ ଭବନ’କୁ ଓଡ଼ିଶାବାସୀଙ୍କ ବ୍ୟବହାର ପାଇଁ ଦାନ କରିବାକୁ ନିଷ୍ପତ୍ତି ନେଇଥିଲେ । ଏବେ ବର୍ଦ୍ଧିତ ଦରମାକୁ ମୁଁ ରାଜ୍ୟର ଗରିବ ଓ ଦୀନ ଦୁଃଖିଙ୍କ ପାଇଁ ଦାନ କରିବାକୁ ନିଷ୍ପତ୍ତି ନେଇଛି। ମୁଁ ଆପଣଙ୍କୁ ଅନୁରୋଧ କରୁଛି ଯେ ଏହାକୁ ଆମ ରାଜ୍ୟର ଗରିବ ଲୋକଙ୍କ କଲ୍ୟାଣ ପାଇଁ ବ୍ୟବହାର କରନ୍ତୁ।”,

Leave a Reply

Your email address will not be published. Required fields are marked *