ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ । ୨୨ରେ ମୁମ୍ବାଇର କୋକିଲା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ ଯିବେ ।ଏନେଇ ଆଜି ନିଜ ସୋସିଆଲ ମିଡ଼ିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧିଦଳ ନେତା ନବୀନ ପଟ୍ଟନାୟକ। ସେ ଲେଖିଛନ୍ତି ଚିକିତ୍ସା ବିଶେଷଜ୍ଞଙ୍କ ପରାମର୍ଶ ଅନୁଯାୟୀ ଚଳିତ ମାସ ୨୨ ତରିକ୍ରେ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଚିକିତ୍ସା ପାଇଁ ମୁମ୍ବାଇର କୋକିଲା ବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ଅସ୍ତ୍ରୋପଚାର କରିବି । ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡା ମୁମ୍ବାଇରେ ପରୀକ୍ଷା କରିବେ । ତେଣୁ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଆ ଭାଇଭଉଣୀଙ୍କ ଶୁଭକାମନା ଚାହୁଁଛି । ଶୀଘ୍ର ଫେରି ସମସ୍ତଙ୍କ ସେବା ଜାରି ରଖିବାକୁ ଅପେକ୍ଷା କରିଛି । Post navigation ଓଡ଼ିଶାର ବିକାଶ ପାଇଁ ୨୦୩୬ର ରୋଡ୍ମ୍ୟାପ୍ ଘୋଷଣା ହେବ: ମନମୋହନ ସାମଲ ଆସନ୍ତା ୨୦ ତାରିଖରେ ବନ୍ଦ ରହିବ ଭୁବନେଶ୍ୱର ଓ କଟକ ମହାନଗରର ସମସ୍ତ ସ୍କୁଲ