ଆଜି ଦକ୍ଷିଣ ଓଡ଼ିଶାରେ ଦଳୀୟ ପ୍ରାର୍ଥୀ ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି କୋରାପୁଟ ଗସ୍ତ ସହ ନବରଙ୍ଗପୁର, ରାୟଗଡ଼ା ଓ ଗଜପତିରେ ମଧ୍ୟ ପ୍ରଚାର କରିବେ। ଏଥି ପାଇଁ ଜୋରଦାର ପ୍ରସ୍ତୁତି ସହ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ମୁଖ୍ୟମନ୍ତ୍ରୀ ସକାଳ ୧୦ ଟା ୧୦ରେ ଜୟପୁର ବିମାନ ବନ୍ଦରରେ ପହଞ୍ଚିବେ । ୧୦ଟା ୩୦ରେ ଜୟପୁରରୁ ହେଲିକପ୍ଟରରେ ଯାଇ ଏକ ସାଧାରଣ ସଭାରେ ଯୋଗ ଦେବେ । ପରେ ୧୧.୪୦ରେ ନବରଙ୍ଗପୁରରେ ପହଞ୍ଚିି ନିର୍ବାଚନୀ ପ୍ରଚାର କରିବେ ନବୀନ । ସେଠାରୁ ସଭାରେ ଯୋଗ ଦେଇ ୧୨.୫୦ରୁ ୩ଟା ଯାଏଁ ପିଡବ୍ଲ୍ୟଡି ଗେଷ୍ଟ ହାଉସରେ ବିଶ୍ରାମ ନେବେ । ଏହାପରେ ୩.୪୦ରେ ରାୟଗଡା ବିଧାନସଭା କ୍ଷେତ୍ରରେ ମଧ୍ୟ ଏକ ସାଧାରଣ ସଭାରେ ଯୋଗ ଦେବେ । ଶେଷରେ ଅପରାହ୍ନ ୫ଟାରେ ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ମଧ୍ୟ ନିର୍ବାଚନ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି । ଏହି ସମୟରେ ଦଳର ସାଂସଦ ଓ ବିଧାୟକ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ।

By Nirvay

Leave a Reply

Your email address will not be published. Required fields are marked *