ଭୁବନେଶ୍ୱର: ବିଶିଷ୍ଟ ସ୍ବାଧିନତା ସଂଗ୍ରାମୀ ତଥା ରାଜ୍ୟ ସ୍ଵାଧୀନତା ସଂଗ୍ରାମୀ ସଂଗଠନ ର ସଭାପତି ନୀଳମଣି ସାମଲଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ନୀଳମଣି ସାମଲଙ୍କ ୧୦୨ ବର୍ଷ ବୟସରେ ପରଲୋକ ଘଟିଛି ।

ଏକ ବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଯୁବ ବୟସରେ ସ୍ବାଧିନତା ଆନ୍ଦୋଳନରେ ଯୋଗ ଦେଇ ସେ କାରାବରଣ କରିଥିଲେ। ଦେଶର ସ୍ବାଧିନତା ପାଇଁ ତାଙ୍କର ତ୍ୟାଗ ତାଙ୍କୁ ସ୍ମରଣୀୟ କରି ରଖିବ। ସ୍ବାଧିନତା ପରେ ମଧ୍ୟ ଜୀବନର ଶେଷ ସମୟ ପର୍ଯ୍ୟନ୍ତ ସେ ଦେଶର ଯୁବ ସମାଜକୁ ସେବା ଓ ଦେଶପ୍ରେମର ବାର୍ତ୍ତା ଦେଇ ଆସିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତାଙ୍କ ବିୟୋଗରେ ଜଣେ ବିଶିଷ୍ଟ ସଂଗ୍ରାମୀଙ୍କୁ ଆମେ ହରାଇଲୁ ବୋଲି ସେ କହିଛନ୍ତି।

ସ୍ବର୍ଗତ ନାୟକଙ୍କ ଶେଷ କୃତ୍ୟ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

ବଡ଼ଚଣା ବ୍ଲକ ବାଲିପଡିଆ ଗାଁରେ ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ନୀଳମଣି ସାମଲ ଜନ୍ମ ଗ୍ରହଣ କରିଥିଲେ। ମହାତ୍ମା ଗାନ୍ଧିଙ୍କ ଡାକରାରେ ସ୍ୱାଧୀନତା ସଂଗ୍ରାମରେ ସାମିଲ ହୋଇଥିଲେ। ଏଥିପାଇଁ ସେ ଜେଲ୍‌ ମଧ୍ୟ ଯାଇଥିଲେ। ଦେଶ ସ୍ୱାଧୀନ ହେବାପରେ ମହାତ୍ମା ଗାନ୍ଧିଙ୍କ ବାର୍ତ୍ତାକୁ ଅକ୍ଷରେ ଅକ୍ଷରେ ପାଳନ କରିଥିଲେ। ସେ ଓଡ଼ିଶା ରାଜ୍ୟ ସ୍ୱାଧୀନତା ସଂଗ୍ରାମୀ ସମିତିର ସଭାପତି ଥିଲେ ଏବଂ ରାଷ୍ଟ୍ରପତିଙ୍କ ଦ୍ୱାରା ସମ୍ମାନିତ ହୋଇଥିଲେ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *