ଛତ୍ରପୁର; ଆଜି ଷଷ୍ଠ ଥର ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିଜ ପାରମ୍ପରିକ ହିଞ୍ଜିଳି ବିଧାନସଭା ଆସନରୁ ସେ ନାମାଙ୍କନପତ୍ର ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ପୂର୍ବରୁ ଗଞ୍ଜାମରେ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ସେ ପୂଜାର୍ଚ୍ଚନା କରି ମା’ଙ୍କ ଆଶୀର୍ବାଦ ଲୋଡ଼ିଥିଲେ। ପୂଜାର୍ଚ୍ଚନା ପରେ ମଧ୍ୟାହ୍ନ ୧୨ଟା ୩୫ ମିନିଟରେ ଜିଲ୍ଲା ସଦର ମହକୁମା ଛତ୍ରପୁର ଆସି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ନବୀନ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀଙ୍କ ନାମାଙ୍କନପତ୍ର ଦାଖଲ ବେଳେ ଭି.କେ. ପାଣ୍ଡିଆନ, ଅର୍ଥ ମନ୍ତ୍ରୀ ବିକ୍ରମ ଆରୁଖ, ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ, ଆସ୍କା ଲୋକସଭା ପ୍ରାର୍ଥୀ ରଞ୍ଜିତା ସାହୁ, ବ୍ରହ୍ମପୁର ଲୋକସଭା ପ୍ରାର୍ଥୀ ଭୃଗୁ ବକ୍ସିପାତ୍ରଙ୍କ ସମେତ ବହୁ ବରିଷ୍ଠ ବିଜେଡି ନେତା ଉପସ୍ଥିତ ଥିଲେ। ନାମାଙ୍କନ ଦାଖଲ ପରେ ସେଠାରୁ ସେ ଭୁବନେଶ୍ୱର ଫେରିଛନ୍ତି।

By SonaliP

Leave a Reply

Your email address will not be published. Required fields are marked *