ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡିର 5ମ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଏଥିରେ ଖୋଦ ବିଜେଡି ସଭାପତି ନବୀନ ପଟ୍ଟନାୟକ କଣ୍ଟାବାଞ୍ଜିରୁ ପ୍ରାର୍ଥୀ ହେବେ। ସେ ହିଞ୍ଜିଳି ସହିତ କଣ୍ଟାବାଞ୍ଜିରେ ପ୍ରାର୍ଥୀ ହେବେ ବୋଲି ଘୋଷଣା କରାଯାଇଛି।

ସେହିପରି ସମ୍ବଲପୁର ଓ ରେଢାଖୋଲ ଆସନରେ ପ୍ରାର୍ଥୀ ପରିବର୍ତ୍ତନ କରାଯାଇଛି।ଏଥିରେ ରେଢାଖୋଲରେ ବିଜେଡି ପ୍ରସନ୍ନ ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଥିବା ବେଳେ ସମ୍ବଲପୁର ଆସନରେ ରୋହିତ ପୂଜାରୀଙ୍କୁ ପ୍ରାର୍ଥୀ କରାଯାଇଛି।

ଚିତ୍ରକୋଣ୍ଡାରୁ ଲଷ୍ମୀପ୍ରିୟା ନାୟକ, ଜୟପୁରରୁ ଇନ୍ଦିରା ନନ୍ଦ, ସାନଖେମୁଣ୍ଡିରୁ ସୁଲକ୍ଷଣା ଗୀତାଞ୍ଜଳି ଦେବୀ, ପଦ୍ମପୁରରୁ ବର୍ଷା ସିଂ ବରିହା, କୁଚିଣ୍ଡାରୁ ରାଜେନ୍ଦ୍ର କୁମାର, ଦେଓଗଡରୁ ଅରୁନ୍ଧତୀ କୁମାରୀ ଦେବୀ, ଅନୁଗୁଳରୁ ସଂଯୁକ୍ତା ସିଂ, ନିମାପଡାରୁ ଦିଲ୍ଲୀପ କୁମାର ନାୟକଙ୍କୁ ପ୍ରାର୍ଥୀ କରିଛି ବିଜେଡି।

ବାଜି ସାରିଛି ନିର୍ବାଚନୀ ବିଗୁଲ। ପ୍ରଚାରରେ କମ୍ପୁଛି ନିର୍ବାଚନୀ ମାହୋଲ। ୨୦୨୪ ନିର୍ବାଚନୀ ବିଗୁଲ ବାଜିବା ପରେ ସମସ୍ତ ରାଜନୈତିକ ଦଳ ଆରମ୍ଭ କରିଛନ୍ତି ସ୍ବତନ୍ତ୍ର ରଣନୀତି। ନିର୍ବାଚନକୁ ନଜରରେ ରଖି ସମସ୍ତ ଛାମୁଆ ଦଳ ଆରମ୍ଭ କରି ସାରିଲେଣି ଅଙ୍କକଷା। ବର୍ତ୍ତମାନର ଶାସକ ଦଳ ବିଜୁ ଜନତା ଦଳ ପୁଣିଥରେ ଶାସନ ଗାଦିରେ ବସିବା ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଚେହେରାକୁ ନେଇ ନିର୍ବାଚନ ଲଢେଇ ଆରମ୍ଭ ହୋଇଛି।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *