ସୋମବାର ସନ୍ଧ୍ୟାରେ ବ୍ରହ୍ମପୁରର ବିଚ୍ ରାସ୍ତା ମଝିରେ ଏକ ଯୁବକ ଦମ୍ପତିଙ୍କୁ ବାଉଁଶ ବାଡ଼ିରେ ନିର୍ମମ ଭାବରେ ପିଟି ପିଟି ଆକ୍ରମଣ କରାଯାଇଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ସୋସିଆଲ ମିଡିଆରେ ଏହି ଭିଡିଓ ଭାଇରାଲ ହେବା ପରେ ଚାରିଆଡେ ଆଇନ ଶୃଙ୍ଖଳାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏହାରି ମଧ୍ୟରେ ଏହାକୁ ନେଇ ଦୁଃଖ ପ୍ରକାଶ କରି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ସେ ନିଜ ସୋସିଆଲ ମିଡିଆରେ ଲେଖିଛନ୍ତି ଅରାଜକତାର ଭୟଙ୍କର ଚିତ୍ର ଓଡ଼ିଶା ଦେଖୁଛି, ବିଜେପିର ଶାସନ ନୁହେଁ ତ ଲାଗୁଛି ଗୁଣ୍ଡାରାଜ୍ ଚାଲିଛି। ବ୍ରହ୍ମପୁରର ବିଚ୍ ରାସ୍ତାରେ ଜଣେ ଯୁବକ ଏବଂ ମହିଳାଙ୍କୁ ସର୍ବସମ୍ମୁଖରେ ଅତି ନିର୍ମମ ଭାବେ ପିଟି ପିଟି ମରଣାନୁକ ଆକ୍ରମଣ କରାଯିବାର ଦୃଶ୍ୟ ଅତ୍ୟନ୍ତ ଅମାନୁଷିକ । ସାରା ଓଡ଼ିଶାବାସୀଙ୍କୁ ଏହା ଆତଙ୍କିତ ଓ ବିଚଳିତ କରିଛି। ସେ ଆଉ ମଧ୍ୟ କହିଛନ୍ତି ଲାଗୁଛି ବିଜେପି ସରକାର ଓଡ଼ିଶାକୁ ଅପରାଧୀଙ୍କ ହାତକୁ ଟେକି ଦେଇଛି। ଭୟଶୂନ୍ୟ ହୋଇ ଅପରାଧୂମାନେ ଅତ୍ୟନ୍ତ ନୃଶଂସ କାଣ୍ଡ ଘଟାଉଛନ୍ତି। କୁଆଡ଼େ ଯାଉଛି ପୋଲିସ ପ୍ରଶାସନ, କୁଆଡ଼େ ଯାଉଛି ଆଇନ କାନୁନର ବ୍ୟବସ୍ଥା ? ବିଜେପି ସରକାର ଉତ୍ସବରେ ମାତି ସାଧାରଣ ଜନତାଙ୍କ ସୁରକ୍ଷାକୁ ଆଉ କେତେ ବିପନ୍ନ କରିବ? ଓଡ଼ିଶା କେତେ ଆଉ ଲଜ୍ଜିତ ହେବ? ମିଛ ବାହାସ୍ଫୋଟରେ ସରକାର ଚାଲେନି, ଲୋକଙ୍କୁ ସୁରକ୍ଷା ଦରକାର। ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଓ ଗୁଣ୍ଡାରାଜ୍ ଶାସନ ପାଇଁ ଓଡ଼ିଶା ସାରା ଦେଶରେ ନିନ୍ଦିତ ହେଉଛି। ବିଜେପି ସରକାର ଅପରାଧୀଙ୍କୁ ସୁରକ୍ଷା ଦେବା ଛାଡୁ । ତୁରନ୍ତି ଦୋଷୀଙ୍କ ବିରୋଧରେ କଠୋରରୁ କଠୋର କାର୍ଯ୍ୟାନୁଷ୍ଠାନ ନେଇ ସାଧାରଣ ଲୋକଙ୍କ ସୁରକ୍ଷା ସୁନିଶ୍ଚିତ କରୁ ବୋଲି କହିଛନ୍ତି ନବୀନ ପଟ୍ଟନାୟକ। Post navigation Vigilance Raids 6 Locations linked to AEE of R&B Division Berhampur Attack Incident: ବ୍ରହ୍ମପୁର ବିଚ୍ ରାସ୍ତାରେ ଆକ୍ରମଣ ଘଟଣାକୁ ନେଇ ଉଦବେଗ ପ୍ରକାଶ କଲେ ପିସିସି ସଭାପତି ଭକ୍ତ ଦାସ