ଡିଲିମିଟେସନ ବା ସୀମା ପୁନଃ ନିର୍ଦ୍ଧାରଣର ସ୍ଵତନ୍ତ୍ର ବୈଠକକୁ ବିଜେଡିର ସମର୍ଥନ । ଷ୍ଟାଲିନଙ୍କ ଡିଲିମିଟେସନ ବୈଠକକୁ ଯିବେ ନବୀନ ପଟ୍ଟନାୟକ । ଆସନ୍ତା ୨୬ ତାରିଖରେ ଚେନ୍ନାଇରେ ଡିଲିମିଟେସନ ସ୍ଵତନ୍ତ୍ର ବୈଠକ ବସିବାକୁ ଯାଉଛି । ଯାହାକୁ ନେଇ ଆଜି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ. ଷ୍ଟାଲିନଙ୍କ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଛନ୍ତି । ଆଉ ନବୀନ ବୈଠକକୁ ସମର୍ଥନ ଜଣାଇଥିବା ଜଣାପଡିଛି। ନବୀନ କହିଛନ୍ତି, ଅନୈତିକ ସୀମା ପୁନଃ ନିର୍ଦ୍ଧାରଣ ବିରୋଧରେ ସେ ସ୍ବର ଉତ୍ତୋଳନ କରିବେ ।

୨୦୨୬ ମସିହାରେ ସୀମା ପୁନଃ ନିର୍ଦ୍ଧାରଣ ହେବାକୁ ଯାଉଛି । କେନ୍ଦ୍ର ସରକାର ସ୍ଵଚ୍ଛତାର ସହ ଏହା କରିବାକୁ ଚାହୁଁ ନାହାନ୍ତି । ତେଣୁ ଏହା ବିରୋଧରେ କ୍ଷତିଗ୍ରସ୍ତ ହେବାକୁ ଥିବା ୭ରୁ ୮ଟି ରାଜ୍ଯ ଆଲୋଚନା କରିବେ । ଏହି ବୈଠକରେ ୭ରୁ ୮ଟି ରାଜ୍ୟ ଏଥିରେ ସାମିଲ୍ ହେବେ ।

Leave a Reply

Your email address will not be published. Required fields are marked *