ରାଜ୍ୟ ବିଧାନସଭାରେ ବିଜେପି ବିଧାୟକ ଦଳ ବୈଠକ ଶେଷ ହୋଛି। ଏହି ବୈଠକରେ ବିଧାନସଭା ବାଚସ୍ପତି ଭାବେ ରଣପୁର ବିଧାୟିକା ସୁରମା ପାଢ଼ୀଙ୍କୁ ମନୋନୀତ କରାଯାଇଛି। ମନୋନୀତ ହେବା ପରେ ସୁରମା ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିଛନ୍ତି। ଏଯାଏଁ ଆଉ କେହି ନାମାଙ୍କନ ଭରିନାହାନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଧ୍ୟ କଥା ହୋଇଥିଲେ। ସୁରମା ପାଢ଼ୀଙ୍କୁ ନବୀନଙ୍କ ସମର୍ଥନ ରହିଛି। ତେଣୁ ସେ ନିର୍ଦ୍ବନ୍ଦରେ ବାଚସ୍ପତି ହେବେ।

ସୁରମା ବିଜେପିର ଜଣେ ବରିଷ୍ଠ ଏବଂ ଅଭିଜ୍ଞ ନେତ୍ରୀ ଭାବେ ଜଣାଶୁଣା। ସେ ପୂର୍ବରୁ ମଧ୍ୟ ବିଜେଡି-ବିଜେପି ମେଣ୍ଟ ସରକାର ସମୟରେ ନିର୍ବାଚିତ ହୋଇ ମନ୍ତ୍ରୀ ରହିସାରିଛନ୍ତି। ତେଣୁ ସେହି ଦୃଷ୍ଟିରୁ ଦଳ ଜଣେ ମହିଳା ଏବଂ ଅଭିଜ୍ଞତା ଦୃଷ୍ଟିରୁ ତାଙ୍କ ଉପରେ ଭରସା କରିଛି।

ସୁରମା ପାଢ଼ୀ ୧୯୬୦ ମସିହାର ଡିସେମ୍ବର ୨୯ ତାରିଖରେ ଜନ୍ମଗ୍ରହଣ କରିଥିଲେ। ସେ ଗୃହ ବିଜ୍ଞାନରେ ସ୍ନାତକୋତ୍ତର ଓ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଓକିଲାତି ପଢ଼ିଥିଲେ। ୧୯୮୮ ମସିହାରେ ଭାରତୀୟ ଜନତା ପାର୍ଟିରେ ଯୋଗଦେଇଥିଲେ। ୧୯୯୮ ମସିହାରେ ସେ ବିଜେପି ରାଜ୍ୟ ମହିଳା ମୋର୍ଚ୍ଚାର ସଭାପତି ହୋଇଥିଲେ। ୨୦୦୦ ମସିହା ପର୍ଯ୍ୟନ୍ତ ସେ ସେହି ପଦବୀରେ ରହିଥିଲେ। ୨୦୦୦ ମସିହାରେ ସେ ଜାତୀୟ ଭାରତୀୟ ଜନତା ପାର୍ଟି ମହିଳା ମୋର୍ଚ୍ଚାର ସଭାପତି ହୋଇଥିଲେ।

Leave a Reply

Your email address will not be published. Required fields are marked *