ନିଟ ଏବଂ ୟୁଜିସି-ନେଟ ପରୀକ୍ଷାରେ ଅନିୟମିତତା ପ୍ରସଙ୍ଗରେ ଦେଶ ଉଠୁଛି ପଡୁଛି। ଏହାକୁ ନେଇ ଗୁରୁବାର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନ ଘେରାଉ କରିଛନ୍ତି ଭାରତୀୟ ରାଷ୍ଟ୍ରୀୟ ଛାତ୍ର ସଂଘ NSUI। ନୂଆଦିଲ୍ଲୀସ୍ଥିତ ବାସଭବନ ଆଗରେ NSUI ଛାତୀଛାତ୍ର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ବିକ୍ଷୋଭ ପ୍ରଦର୍ଶନ କରୁଥିବା ଛାତ୍ରମାନଙ୍କୁ ପୋଲିସ ଉଠାଇ ନେଇଛି।

ଗୁରୁବାର ସକାଳେ ନିଟ ପରୀକ୍ଷା ଅନିୟମିତତାକୁ ନେଇ ବଡ଼ ଧରଣର ଖୁଲାସା ହୋଇଛି। ଏହି ମାମଲାରେ ଗିରଫ ହୋଇଥିବା ନିତ ପରୀକ୍ଷାର୍ଥୀ ଅନୁରାଗ ୟାଦବ ପ୍ରଶ୍ନପତ୍ର ଲିକ ନେଇ ବଡ଼ ଖୁଲାସା କରିଛନ୍ତି। ସେ ପରୀକ୍ଷାର ପ୍ରଶ୍ନପତ୍ର ଲିକ ହୋଇଥିବା ସ୍ବୀକାର କରିଛନ୍ତି।

Leave a Reply

Your email address will not be published. Required fields are marked *