ବାରିପଦା ଜିଲ୍ଲାରେ ଶିକ୍ଷା ବ୍ୟବସ୍ଥା ଭୁଶୁଡିଛି। ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଢିବାରେ ଶିକ୍ଷକଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବା ବେଳେ ଅନେକ ସ୍ଥାନରେ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି ବାରିପଦା ଜିଲ୍ଲାରେ। ଜିଲ୍ଲାରେ କାର୍ଯ୍ୟରେ ଅବହେଳା ନେଇ ୪ ଶିକ୍ଷୟିତ୍ରୀଙ୍କ ଦରମା ବନ୍ଦ କରିଛନ୍ତି ବ୍ଲକ ଶିକ୍ଷାଧିକାରୀ। କାର୍ଯ୍ୟରେ ଅବହେଳା କରୁଥିବା ଅଭିଯୋଗ ପରେ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ୪ ଜଣଙ୍କ ଦରମା ବନ୍ଦ ସହ ଆଉ ଜଣଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ବାରିପଦା ବ୍ଲକର ବିଭିନ୍ନ ସ୍କୁଲରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

Leave a Reply

Your email address will not be published. Required fields are marked *