ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେପି କାହାକୁ ବାଛିବ ତାହାକୁ ନେଇ ସସପେନ୍ସ ଲାଗି ରହିଥିବା ବେଳେ ଆଜି ସମୟ ଘୋଷଣା ହୋଇଛି । ନୂଆ ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଅପରାହ୍ନ ୪.୪୫ରେ ଶପଥ ଗ୍ରହଣ କରିବେ ବୋଲି ଜଣାପଡିଛି। ଜନତା ମଇଦାନରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ ।

ଓଡ଼ିଶାର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବେ। ସେହିଦିନ ଦିନ ୨ଟା ୧୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ବିମାନବନ୍ଦରରୁ ସେ ସିଧା ରାଜଭବନ ଯିବେ। ପରେ ରାଜଭବନରୁ ବାହାରି ସିଧା ଜନତା ମଇଦାନ ଯିବେ ମୋଦି। ସେଠାରେ ସେ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ପୂର୍ବରୁ ଜୁନ୍ ୧୦ ତାରିଖରେ ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ ବୋଲି ସ୍ଥିର ହୋଇଥିଲା। କିନ୍ତୁ ଗତକାଲି ଏହାକୁ ଜୁନ୍‌ ୧୨ ତାରିଖକୁ ଅର୍ଥାତ୍ ବୁଧବାରକୁ ଘୁଞ୍ଚାଇ ଦିଆଯାଇଥିଲା।

 

Leave a Reply

Your email address will not be published. Required fields are marked *