ଆସନ୍ତା ୨୦ ତାରିଖ ଗୁରୁବାର ବିହାରରେ ନୂଆ ସରକାର । ଦଶମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନୀତୀଶ କୁମାର । ଗୁରୁବାର ୧୧ଟାରୁ ୧୨ଟା ମଧ୍ୟରେ ଶପଥ ଗ୍ରହଣ କାର୍ଯ୍ୟକ୍ରମ ରଖାଯାଇଛି। ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଭାଗ ନେବେ । ସୂଚନା ଯୋଗ୍ୟ; ବିହାରରେ ନୂଆ ସରକାର ଗଠନ ଲାଗି ପ୍ରସ୍ତୁତି ପ୍ରାୟତଃ ଚୂଡ଼ାନ୍ତ ହୋଇଛି । ଆସନ୍ତା ୨୦ ତାରିଖ (ଗୁରୁବାର) ପାଟନାର ଗାନ୍ଧି ମୈଦାନରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ପ୍ରଧାନମନ୍ତ୍ରୀ ମୋଦୀ, ବିଜେପି ଏବଂ ଏନଡିଏ ଶାସିତ ରାଜ୍ୟର ଅନେକ ମୁଖ୍ୟମନ୍ତ୍ରୀ ମାନେ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବା ନେଇ ଯୋଜନା ରହିଛି। Post navigation District Collectors-SP Conference: ଜିଲ୍ଲାପାଳମାନଙ୍କୁ ୯ଟି ଟାସ୍କ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ