ଓଡ଼ିଶାର ନବନିଯୁକ୍ତ ମୁଖ୍ୟଶାସନ ସଚିବ ମନୋଜ ଆହୁଜା ଆଜି ଓଡ଼ିଶା ‌ଫେରିଛନ୍ତି। ସେ ଆଜି ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିଛନ୍ତି। କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିବା ୧୯୯୦ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି। ଏହାପରେ କ୍ୟାବିନେଟ୍‌ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ ଓଡ଼ିଶା ଫେରିବା ପାଇଁ ଅନୁମତି ଦେଇଛି। ଏଥିସହିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଶ୍ରୀ ଆହୁଜା ଆସନ୍ତା ‌ଡିସେମ୍ବରରେ ଅବସର ନେବେ।

ସୂଚନାଯୋଗ୍ୟ, ବର୍ତ୍ତମାନର ମୁଖ୍ୟଶାସନ ସଚିବ ପ୍ରଦୀପ କୁମାର ଜେନା ଆଜି ଅବସର ନେଉଛନ୍ତି। ସେ ତାଙ୍କର କାର୍ଯ୍ୟକାଳ ଶେଷଦିନକୁ ନେଇ ଏକ ଟ୍ୱିଟ କରିଛନ୍ତି। ସେ ଲେଖିଛନ୍ତି ଯେ, ଆଜି ଅଫିସ୍‌ରେ ତାଙ୍କର ଶେଷ ଦିନ। ଏହାପରେ ଜଣେ ସାଧାରଣ ବ୍ୟକ୍ତି ଭାବେ ଜୀବନର ଏକ ନୂଆ ପର୍ଯ୍ୟାୟ ଆରମ୍ଭ ହେବ।

Leave a Reply

Your email address will not be published. Required fields are marked *