ରଥଯାତ୍ରା ଦିନ କୌଣସି ଭିଆଇପି ମନ୍ଦିର ଭିତରକୁ ପ୍ରବେଶ କରିପାରିବେନି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ସେ କହିଛନ୍ତି ଆସନ୍ତାକାଲି ପୁରୀରେ ରଥଯାତ୍ରାର ଚୂଡ଼ାନ୍ତ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ସବୁ ପ୍ରକାର ବ୍ୟବସ୍ଥା କରାଯାଉଛି । ରଥଯାତ୍ରାରେ ଶୃଙ୍ଖଳା ଓ ମହିଳାଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯାଇଛି ।

ସେ ଆଉ ମଧ୍ୟ କହିଛନ୍ତି ଆସନ୍ତା ୬ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୂ। ଏଥିସହ ସେ ୭ ତାରିଖରେ ଆୟୋଜିତ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ। ତେଣୁ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବ। ଏହି ଅବସରରେ ମନ୍ଦିର ଭିତରକୁ ଭିଆଇପିଙ୍କ ପ୍ରବେଶକୁ ବାରଣ କରାଯାଇଛି।

Leave a Reply

Your email address will not be published. Required fields are marked *