ନୂଆପଡା ଉପନିର୍ବାଚନ ପାଇଁ ସରିଲା ପ୍ରାର୍ଥୀ ପତ୍ର ଯାଞ୍ଚ ।  ଉପନିର୍ବାଚନରେ ୫ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ନାକଚ । ନାମାଙ୍କନ ଯାଞ୍ଚର ଶେଷ ଦିନରେ ୫ ପ୍ରାର୍ଥୀଙ୍କ ନାମାଙ୍କନ ନାକଚ । ଉପନିର୍ବାଚନ ପାଇଁ ୧୯ ଜଣ ନାମାଙ୍କନ ଭରିଥିବା ବେଳେ ୧୪ ପ୍ରାର୍ଥୀଙ୍କ ନାମାଙ୍କନ କାଏମ ରହିଛି । ପ୍ରାର୍ଥିତ୍ୱ ନାକଚ ହୋଇଥିବା ପ୍ରାର୍ଥୀମାନେ ହେଲେ ବହୁଜନ ସମାଜ ପାର୍ଟିର ରାଜାରାମ ସାହୁ, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳରୁ ସୀତାରାମ ବେହେରା ଏବଂ ୩ ଜଣ ସ୍ବାଧୀନ ପ୍ରାର୍ଥୀ ପୁରୁଷୋତ୍ତମ ବେହେରା, କମଲ କୁମାର ଛତ୍ରିଆ ଏବଂ ଭୁଜବଳ ଆଡ଼ବଙ୍ଗ।

ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟରେ ଆଜି ପ୍ରାର୍ଥିପତ୍ର ଯାଞ୍ଚ ହୋଇଛି। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ।  ଭାଜପାରୁ ଜୟ ଢୋଲକିଆ, ବିଜେଡିରୁ ସ୍ନେହାଙ୍ଗିନୀ ଛୁରିଆ ଏବଂ କଂଗ୍ରେସରୁ ଘାସିରାମ ମାଝୀ, ସମାଜବାଦୀ ପାର୍ଟିରୁ ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିରୁ ହେମନ୍ତ ତାଣ୍ଡି, ଓଡ଼ିଶା ଜନତା ଦଳରୁ ଶୁକଧର ଦଣ୍ଡସେନାଙ୍କ ସହ ୮ ଜଣ ସ୍ବାଧୀନ ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଠିକ୍‌ ରହିଥିବା ବେଳେ ୫ ପ୍ରାର୍ଥୀଙ୍କ ନାମାଙ୍କନ ନାକଚ ହୋଇଛି ।

Leave a Reply

Your email address will not be published. Required fields are marked *