ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ।ଚେନ୍ନାଇର ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ। ମୃତ୍ୟୁବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା । ନୂଆପଡ଼ାର ୪ ଥରର ବିଧାୟକ ହୋଇଥିଲେ ରାଜେନ୍ଦ୍ର ଢୋଲକିଆ ।

ସୂଚନାଯୋଗ୍ୟ, ନୂଆପଡ଼ାରୁ ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ରାଜେନ୍ଦ୍ର ଢୋଲକିଆ । ୨୦୦୪ ମସିହାରେ ସ୍ୱାଧୀନ ଭାବରେ ନିର୍ବାଚନ ଜିତି ହୋଇଥିଲେ ବିଧାୟକ । ଏହା ପରେ ୨୦୦୯, ୨୦୧୯, ୨୦୨୪ରେ ବିଜେଡ଼ି ଟିକେଟ୍ ନିର୍ବାଚନ ଜିତି ବିଧାୟକ ହୋଇଛନ୍ତି ରାଜେନ୍ଦ୍ର ଢୋଲକିଆ ।

ଅନ୍ୟପଟେ ତାଙ୍କ ଦେହାନ୍ତ ଖବର ଶୁଣି ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ଏକ୍ସରେ ଶୋକ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ସୋସିଆଲ ମିଡିଆ ହ୍ୟାଣ୍ଡେଲ୍‌ ଏକ୍ସରେ ପୋଷ୍ଟ ସେୟାର କରି କହିଛନ୍ତି, “ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢ଼ୋଲକିଆଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ । ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି । ଓଁ ଶାନ୍ତି ।

Leave a Reply

Your email address will not be published. Required fields are marked *