ଉନ୍ମୋଚନ ହେଲା ଓଡ଼ିଆ ନୂଆବର୍ଷ କ୍ୟାଲେଣ୍ଡର। ଓଡ଼ିଆ ନବ ବର୍ଷ ଅବସରରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଓଡିଆ କ୍ୟାଲେଣ୍ଡର ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପୂର୍ବରୁ ଏହାକୁ ଦେବାପର୍ଣ ହୋଇଛି ଆଜି ସର୍ବ ସାଧାରଣଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରାଯାଇଛି। ଏଥିରେ ଶ୍ରୀମନ୍ଦିର ପର୍ବପର୍ବାଣୀ ଓ ଯାନିଯାତ୍ରା ଉଲ୍ଲେଖ ରହିଛି।

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଏହା ସହ ଏହି ଅବସରରେ ରାଜ୍ୟବାସୀଙ୍କୁ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇବା ସହ ଟଙ୍କ ତୋରାଣି ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି କାର୍ଯ୍ୟକ୍ରମରେ ରାଜ୍ୟ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଓ ଶ୍ରୀମନ୍ଦିର ପ୍ରଶାସକ ଡକ୍ଟର ଅରବିନ୍ଦ ପାଢୀ ପ୍ରମୁଖ ଉପସ୍ଥିତ ରହିଛନ୍ତି ।

Leave a Reply

Your email address will not be published. Required fields are marked *