ଶେଷ ହେଲା ବିଧାନସଭାର ଶୀତକାଳୀନ ଅଧିବେଶନ। ଅନିର୍ଦ୍ଧିଷ୍ଟ କାଳ ପାଇଁ ଗୃହକୁ ମୁଲତବୀ ଘୋଷଣା କଲେ ବାଚସ୍ପତି। ମଙ୍ଗଳବାର ଦିନ ମାତ୍ର ୧୧ କାର୍ଯ୍ୟ ଦିବସ ସମାପ୍ତ ହେବା ପରେ ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ଚଳିତଥର ନଭେମ୍ବର ୨୭ରୁ ଅଧିବେଶନ ଆରମ୍ଭ ହୋଇଥିଲା। ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିଥାନ୍ତା। ହେଲେ ୧୮ଟି କାର୍ଯ୍ୟ ଦିବସ ପୂର୍ବରୁ ଗୃହକୁ ମୁଲତବୀ ଘୋଷଣା କରାଯାଇଛି। ନଭେମ୍ବର ୨୭ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଐତିହାସିକ ଅଭିଭାଷଣ ସହିତ ଅଧିବେଶନ ଆରମ୍ଭ ହୋଇଥିଲା। ରାଜ୍ୟର ବିଧାନସଭା ଇତିହାସରେ ପ୍ରଥମ ଥର ପାଇଁ ଭାରତର ଜଣେ ରାଷ୍ଟ୍ରପତି ଗୃହକୁ ସମ୍ବୋଧିତ କରିଥିଲେ, ଯାହା ବିଧାନସଭା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମୁହୂର୍ତ୍ତ ଥିଲା। ଏଥର ମୋଟ୍ ୨୯ଟି କାର୍ଯ୍ୟ ଦିବସ ଥିବାବେଳେ ୧୧ ଦିନ ଚାଲିଥିଲା ଗୃହ କାର୍ଯ୍ୟ। ଅତିରିକ୍ତ ବଜେଟ୍ ଉପସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଡିସେମ୍ବର ୪ରୁ ବିଭିନ୍ନ ବିଭାଗର ଅତିରିକ୍ତ ଖର୍ଚ୍ଚ ଦାବି ଆଲୋଚନା ହୋଇଥିଲା। ଏହି ସମୟରେ ବହୁ ଗୁରୁତ୍ବପୂର୍ଣ୍ଣ ବିଲ୍ ଉପରେ ଆଲୋଚନା ହୋଇଥିଲା। ଏଥର ଅଧିବେଶନରେ ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ ପାରିତ ହୋଇଛି। ଏହାସହ ଅନେକ ପ୍ରସଙ୍ଗରେ ଶାସକ ଓ ବିରୋଧୀ ବି ଗୃହରେ ମୁହାଁମୁହିଁ ହେବାର ଦେଖାଯାଇଥିଲା। Post navigation ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା ! Odisha Assembly: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରି