ସ୍କୁଲ ପାଠ୍ୟପୁସ୍ତକରେ ଦେଖାଦେଇଥିବା ବ୍ୟାପକ ବିଭ୍ରାଟ ଓ ଭୁଲକୁ ବିରୋଧ କରି ଆଜି ନବ ନିର୍ମାଣ କୃଷକ ସଂଗଠନ ଏବଂ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ରାଜ୍ୟବ୍ୟାପୀ ବନ୍ଦ ଡାକରା ଦିଆଯାଇଛି। ଭୁଲ୍ ଥିବା ବହିଗୁଡ଼ିକ ତୁରନ୍ତ ପ୍ରତ୍ୟାହାର କରିବା ସହ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି କରୁଛନ୍ତି ଆନ୍ଦୋଳନକାରୀ।ସକାଳ ୬ଟାରୁ ଆରମ୍ଭ ହୋଇଥିବା ଏହି ବନ୍ଦ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ଗୃହ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକମାନଙ୍କୁ ସଜାଗ ରହିବା ସହ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣରେ ରଖିବାକୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। Post navigation Puri Gundicha Temple Reopens: ୬ ବର୍ଷ ପରେ ସାଧାରଣ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ପୁରୀ ଗୁଣ୍ଡିଚା ମନ୍ଦିର