ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି(ବିଜେପି) ମଙ୍ଗଳବାର ଓଡ଼ିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ଯେଉଁମାନେ ସ୍ଥାନ ପାଇଛନ୍ତି, ସେମାନେ ଓଡ଼ିଶାର ୨୧ ଲୋକସଭା ଓ ୧୪୭ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର କରିବେ। ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଗୃହମନ୍ତ୍ରୀ ଅମିତ ଶାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଅଛନ୍ତି।

ରାଜ୍ୟରେ ନିର୍ବାଚନ ପାଇଁ ବିଜେପି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରି, ଅଶ୍ବିନୀ ବୈଷ୍ଣବ, ଜ୍ୟୋତିରାଦିତ୍ୟ ସିନ୍ଧିଆ, ଧର୍ମେନ୍ଦ୍ର ପ୍ରଧାନ ଓ ବିଶ୍ବେଶ୍ବର ଟୁଡୁଙ୍କୁ ବିଜେପି ସାମିଲ କରିଛି। ସେହିପରି ସ୍ମୁତି ଇରାନୀ, ଭୁପେନ୍ଦ୍ର ଯାଦବ, ସୁନୀଲ ବଂସଲ, ସମ୍ବିତ ପାତ୍ର, ଶାନ୍ତନୁ ଠାକୁର ଓ କେଦାରନାଥ କଶ୍ୟପ ଏହି ତାଲିକାରେ ସ୍ଥାନ ପାଇଛନ୍ତି।

ରାଜ୍ୟ ସଭାପତି ମନମୋହନ ସାମଲ, ବିରୋଧୀ ଦଳର ନେତା ଜୟନାରାୟଣ ମିଶ୍ରଙ୍କ ବ୍ୟତୀତ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ, ଅପରାଜିତା ଷଡ଼ଙ୍ଗୀ, ବସନ୍ତ କୁମାର ପଣ୍ଡା, ସୁରେଶ ପୂଜାରୀ ଷ୍ଟାର ପ୍ରଚାରକ ଭାବେ ନିର୍ବାଚନ ପ୍ରଚାର କରିବେ। ବରିଷ୍ଠ ନେତା କନକବର୍ଦ୍ଧନ ସିଂହଦେଓ, ସମୀର ମହାନ୍ତି, ମାନସ କୁମାର ମହାନ୍ତି, ଗୋଳକ ପ୍ରସାଦ ମହାପାତ୍ର, ସାରଦା ପ୍ରସାଦ ସତପଥୀ, ରମେଶ ସାହୁଙ୍କ ସହିତ ଅଭିନେତା ଅନୁଭବ ମହାନ୍ତି, ହରିହର ମହାପାତ୍ର, ଶ୍ରୀତମ ଦାସ ଓ ଅଭିନେତ୍ରୀ ପିଙ୍କି ପ୍ରଧାନ ପ୍ରଚାର ମଇଦାନକୁ ଓହ୍ଲାଇବେ।

By Shree

Passionate about writing political content and unbiased journalism

Leave a Reply

Your email address will not be published. Required fields are marked *