୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ କୃଷି ଓ କୃଷଙ୍କୁ ଗୁରୁତ୍ୱ ଦିଆଯାଇଛି। ରାଜ୍ୟରେ ଚାଷୀମାନଙ୍କ ପାଇଁ ଲାଗୁ ହେବ ଯୋଜନା ସିଏମ୍‌ କିଷାନ । ପିଏମ କିଷାନ ଢାଞ୍ଚାରେ ଆରମ୍ଭ ହେବ ସିଏମ କିଷାନ ଯୋଜନା । ସିଏମ୍‌ କିଷାନ ଯୋଜନା ପାଇଁ ୧୯୩୫ କୋଟି ବ୍ୟୟବରାଦ କରାଯାଇଛି । ବଜେଟରେ ଚାଷୀଙ୍କ ପାଇଁ ସମୃଦ୍ଧ କୃଷକ ଯୋଜନା ଘୋଷଣା କରାଯାଇଛି । ସେହିପରି ସମୃଦ୍ଧ କୃଷକ ଯୋଜନା ପାଇଁ ୫ ହଜାର କୋଟି ବ୍ୟୟବରାଦ ।

ସେହିପରି କୃଷି ପାଇଁ ୩୩ ହଜାର କୋଟି ଟଙ୍କା ବେଜେଟରେ ବ୍ୟବସ୍ଥା କରାଯାଇଛି। ଧାନ କୁଇଣ୍ଟାଲ ପିଛା ୩୧ଶହ ଟଙ୍କାରେ ଧାନ କିଣାଯିବ ବୋଲି ବଜେଟ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଧାର୍ଯ୍ୟ ଏମ୍‌ଏସ୍‌ପି ଠାରୁ ୮ଶହ ଟଙ୍କା ଅଧିକ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ବଜେଟରେ ଘୋଷରା କରିଛନ୍ତି। ଶ୍ରୀଅନ୍ନ ଅଭିଯାନ ପାଇଁ ୬୪୯ କୋଟି ଘୋଷଣା କରାଯାଇଛି।

Leave a Reply

Your email address will not be published. Required fields are marked *