ବିଧାନସଭାରେ ଆଗତ ହେଲା ରାଜ୍ୟ ବଜେଟ୍। ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟରେ ମୋ ସ୍କୁଲ ଯୋଜନାର ନାଁ ବଦଳି ହେଲା ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ । ପଞ୍ଚସଖା ଶିକ୍ଷା ସେତୁ ଅଭିଯାନ ପାଇଁ ବଜେଟରେ ୩୩୨ କୋଟି ବ୍ୟୟବରାଦ ହୋଇଛି। ଏହାଦ୍ବାରା ସମସ୍ତ ବିଦ୍ୟାଳୟରେ ପର୍ଯ୍ୟାପ୍ତ ଭିତ୍ତିଭୂମି ଏବଂ ଆବଶ୍ୟକୀୟ ସୁବିଧା ପ୍ରଦାନ କରି କୌଣସି ଛାତ୍ରଛାତ୍ରୀ ଯେପରି ଅଧାରୁ ବିଦ୍ୟାଳୟ ନ ଛାଡିବେ ତାହା ସୁନିଶ୍ଚିତ କରିବା ପାଇଁ ସମଗ୍ର ଶିକ୍ଷା କାର୍ଯ୍ୟକାରୀ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ଯୋଜନାରେ ଉଭୟ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସୂଚନା ପ୍ରଯୁକ୍ତି ବିଦ୍ୟା, ସଂଚାର ଓ ଯୋଗାଯୋଗ ଉପରେ ଗୁରୁତ୍ବ ଦିଆଯିବ ।

Leave a Reply

Your email address will not be published. Required fields are marked *