Odisha budget session 2025 from Feb 13

ଆସନ୍ତା ଫେବୃଆରୀ ୧୩ ତାରିଖରୁ ରାଜ୍ୟରେ ଆରମ୍ଭ ହେବ ବଜେଟ୍ ଅଧିବେଶନ । ଦୁଇଟି ପର୍ଯ୍ୟାୟରେ ଏହି ଅଧିବେଶନ ଚାଲିବ । ବଜେଟ୍ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କ ଅଭିଭାଷଣ ହେବ ।

ବିଧାନସଭା ସଚିବାଳୟ ପକ୍ଷରୁ ଜାରି କାର୍ଯ୍ୟସୂଚୀ ଅନୁଯାୟୀ, ପ୍ରଥମ ପର୍ଯ୍ୟାୟ ଅଧିବେଶନ ଫେବୃଆରୀ ୧୩ ତାରିଖରୁ ୨୧ ତାରିଖ ଯାଏଁ ଚାଲିବ । ଫେବୃଆରୀ ୨୨ ତାରିଖରୁ ମାର୍ଚ୍ଚ ୬ ପର୍ଯ୍ୟନ୍ତ ଅଧିବେଶନ ବନ୍ଦ ରହିବ । ମାର୍ଚ୍ଚ ୭ ତାରିଖରୁ ଏପ୍ରିଲ୍ ୫ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଚାଲିବ ।

ଫେବୃଆରୀ ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେବାକୁ ଥିବାବେଳେ ମାର୍ଚ୍ଚ ୨୯ ରେ ବ୍ୟୟ ମଞ୍ଜୁରି ବିଲ୍ ପାରିତ ହେବ ।

By Nirvay

Leave a Reply

Your email address will not be published. Required fields are marked *