ଆଜି ରାଜ୍ୟ କ୍ୟାବିନେଟର ୨୭ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା । କ୍ୟାବିନେଟ ବୈଠକରେ ମୋଟ ୩ ଟି ବିଭାଗର ୪ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି। ଏ ନେଇ ମାନ୍ୟବର ମୁଖ୍ୟମନ୍ତ୍ରୀ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ପୂର୍ତ୍ତ ବିଭାଗର ଗୋଟିଏ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଗୋଟିଏ ଏବଂ ରାଜ୍ୟ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ଯୋଜନା ବିଭାଗର ଦୁଇଟି, ଏହିଭଳି ମୋଟ ୪ଟି ପ୍ରସ୍ତାବ ଆଗତ ପୂର୍ବକ ଆଲୋଚନା କରାଯାଇ ଅନୁମୋଦନ କରାଯାଇଥିଲା । ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ର ସଂଶୋଧନ ପାରିତ ହୋଇଥିବା ବେଳେ କାରଖାନା ୧୯୪୮ର ସଂଶୋଧନ ଆଇନ ମଧ୍ୟ ପାରିତ ହୋଇଛି । ଦୈନିକ କାର୍ଯ୍ୟ ନିର୍ଘଣ୍ଟ ୯ ଘଣ୍ଟାରୁ ୧୦ ଘଣ୍ଟାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ହୋଇଛି । ସପ୍ତାହକରେ ୪୮ ଘଣ୍ଟାରୁ ଅଧିକ କାମ କଲେ ଓଭରଟାଇମ୍ ମିଳିବ । ସେହିପରି ମହିଳା କର୍ମଚାରୀ ଚାହିଁଲେ ସମ୍ମତି ପତ୍ର ଦେଇ ରାତିରେ କାର୍ଯ୍ୟ କରିପାରିବେ । ମହିଳା କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ସୁରକ୍ଷା ବ୍ୟବସ୍ଥା କରିବେ । ଗଣଶିକ୍ଷା ବିଭାଗର ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାକୁ ମଞ୍ଜୁରୀ କରାଯାଇଛି। ସେହିପରି ଘଟଗାଁ ତାରିଣୀ ପୀଠର ପାରିପାର୍ଶ୍ବିକ ବିକାଶ ପାଇଁ ୨୨୬ କୋଟି ମଞ୍ଜୁର କରାଯାଇଛି । ୫୯ ଏକର ଜମିକୁ ନେଇ ପାରିପାର୍ଶ୍ବିକ ବିକାଶ ପାଇଁ DPR ପ୍ରସ୍ତୁତ ହେବ । Post navigation ବଦଳିଲା ନିଷ୍ପତ୍ତି; ଉପର ପଡ଼ିଆରେ ବି ହେବ ବାଲିଯାତ୍ରା ଦୁର୍ଗା ପୂଜା ପାଇଁ ସୁରକ୍ଷା କଡ଼ାକଡ଼ି; ଟ୍ୱିନସିଟିରେ ୬୧ପ୍ଲାଟୁନ୍ ଫୋର୍ସ ମୁତୟନ