ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ । ମୋହନ ସରକାରଙ୍କ ଏହା ଦ୍ୱିତୀୟ କ୍ୟାବିନେଟ ବୈଠକ । ଶପଥ ଗ୍ରହଣ ସମାରୋହ ଦିନ ବସିଥିଲା ପ୍ରଥମ ବୈଠକ । ଦିନ ୧୧ଟା ବେଳେ ଲୋକସେବା ଭବନରେ ଏହି ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଉକ୍ତ ବୈଠକରେ ବିଭିନ୍ନ ପ୍ରସଙ୍ଗ ନେଇ ଆଲୋଚନା ହେବା ସହ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ । ୨୨ରୁ ବଜେଟ ଅଧିବେଶନ ଥିବାରୁ ନୂଆ ଯୋଜନା ହୋଇପାରେ ବୋଲି ଅନୁମାନ କରାଯାଉଛି।

Leave a Reply

Your email address will not be published. Required fields are marked *