ଦିଲ୍ଲୀରେ ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ୨ ଉପମୁଖ୍ୟମନ୍ତ୍ରୀ । ଓଡ଼ିଶାରେ ଜାତୀୟ ରାଜପଥ ସଂପ୍ରସାରଣ ଓ ପ୍ରଶସ୍ତିକରଣ ଏବଂ ସାଗରମାଳା ଭଳି ଏକାଧିକ ପ୍ର୍ରକଳ୍ପ ସମର୍କରେ ଆଲୋଚନା କରିଥିବା ସୂଚନା ମିଳିଛି।

ରାଜ୍ୟରେ ବିଜେପି ସରକାର ଗଠନ କରିବା ପରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀଙ୍କ ଏହା ପ୍ରଥମ ଦିଲ୍ଲୀ ଗସ୍ତ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ସ୍ବାର୍ଥ ସମ୍ବଳିତ ବିଷୟ ଗୁଡ଼ିକ ଉପରେ କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ରାଜ୍ୟର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ସହଯୋଗ କାମନା କରିଛନ୍ତି।

Leave a Reply

Your email address will not be published. Required fields are marked *