Odisha CM Announces 2% DA Hike for PSU Employees
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟର ସରକାରୀ ଉଦ୍ୟୋଗ (State PSUs) ର କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି । ଏହାଦ୍ୱାରା ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ସମୁଦାୟ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି ।
 
ଝାରସୁଗୁଡା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଦିନତମାମ ବ୍ୟସ୍ତବହୁଳ କାର୍ଯ୍ୟକ୍ରମ ପରେ ବିଳମ୍ୱିତ ରାତି ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏହି ମହଙ୍ଗା ଭତ୍ତା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି ।
 
ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ୨୦୨୫ ଜାନୁୟାରୀ ପହିଲା ଠାରୁ ଲାଗୁ ହେବ ।

By Nirvay

Leave a Reply

Your email address will not be published. Required fields are marked *