ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଜନଜାତି ଉପଦେଷ୍ଟା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଜନଜାତି ଉପଦେଷ୍ଟା ମଣ୍ଡଳୀର ୧୮ ଜଣ ସଦସ୍ୟ ଉପସ୍ଥିତ ଥିଲେ । ବୈଠକରେ ପ୍ରାରମ୍ଭିକ ଅଭିଭାଷଣ ରଖି ରାଜ୍ୟରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଜନଜାତି କଲ୍ୟାଣ ପାଇଁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନା ସଂପର୍କରେ ଆଲୋକପାତ କରି କହିଥିଲେ ଯେ ଆମପାଇଁ ଜନଜାତି ସମ୍ପ୍ରଦାୟ କେବଳ ଯୋଜନାର ହିତାଧିକାରୀ ନୁହଁନ୍ତି, ସେମାନେ ଆମ ପ୍ରଗତିରେ ସହଭାଗୀ ମଧ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଆଦିବାସୀ ମାନଙ୍କ ଜୀବନଜୀବିକା, ଅର୍ଥନୈତିକ ବିକାଶ ସହିତ ସେମାନଙ୍କ ଧାର୍ମିକ ଭାବନା ପ୍ରତି ମଧ୍ୟ ଆମକୁ ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ବୈଠକରେ ମତ ଦେଇଥିଲେ । ଆଦିବାସୀ ଗ୍ରାମର ପୂଜକ ମାନଙ୍କ ପାଇଁ ଭତ୍ତା ବ୍ୟବସ୍ଥା କରିବା ଓ ସେମାନଙ୍କ ପୂଜାସ୍ଥଳୀ ଗୁଡିକର ବିକାଶ ଓ ସୁରକ୍ଷା ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ ପରିଷଦକୁ ପ୍ରସ୍ତାବ ଦେଇଥିଲେ । ସେ କହିଥିଲେ ଯେ ଏ ବିଷୟରେ ଅନୁଧ୍ୟାନ ଓ ଆଲୋଚନା କରି ନିର୍ଦ୍ଦିଷ୍ଟ ନିଷ୍ପତ୍ତି ନିଆଯିବ । ଆଜିର ବୈଠକରେ, ଆଦିବାସୀ ଅଞ୍ଚଳ ଗୁଡିକରେ ଇକୋ ଟୁରିଜିମ ତ୍ୱରାନ୍ୱିତ କରାଯିବା ଓ ଟ୍ରାଇବାଲ ହୋମ ଷ୍ଟେ ବୃଦ୍ଧି କରାଯିବା ପାଇଁ ସୁପାରିଶ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ST ତାଲିକାରେ Record of Rights ଉଭୟ ଓଡ଼ିଆ ଓ ଇଂରାଜୀରେ ଲେଖା ଯିବା ଉପରେ ଗୁରୁତ୍ୱ ଆରୋପ କରାଯାଇଥିଲା । ଏଥିସହିତ ST ସମ୍ପ୍ରଦାୟରେ ଅଧିକ ବର୍ଗଙ୍କୁ ଅନ୍ତର୍ଭୁକ୍ତି କରିବାପାଇଁ SCSTRTI କୁ ସଠିକ ଅନୁଧ୍ୟାନ କରି ପରବର୍ତ୍ତୀ ଜନଜାତି ଉପଦେଷ୍ଟା ପରିଷଦକୁ ସୁପାରିଶ କରିବାପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଥିଲା । ରାଜ୍ୟପାଳଙ୍କ ଅଫିସରୁ ଆସିଥିବା ପ୍ରସ୍ତାବ ଗୁଡିକୁ ମଧ୍ୟ ଅନୁଧ୍ୟାନ କରି ପରବର୍ତ୍ତୀ ଜନଜାତି ଉପଦେଷ୍ଟା ପରିଷଦ ବୈଠକରେ ଆଲୋଚନା କରିବାପାଇଁ ନିଷ୍ପତ୍ତି ନିଆଯାଇଥିଲା । ସେହିଭଳି, inter-departmental committee ମାଧ୍ୟମରେ ପେସା ଅଧିନିୟମର ଓଡ଼ିଶାଭିତ୍ତିକ ନିୟମାବଳୀକୁ ସଠିକ ଅନୁଧ୍ୟାନ କରି ପରବର୍ତ୍ତୀ ଜନଜାତି ଉପଦେଷ୍ଟା ପରିଷଦ ବୈଠକକୁ ସୁପାରିଶ କରିବାକୁ ନିଷ୍ପତ୍ତି ନିଆ ଯାଇଥିଲା। ଆହୁରି ମଧ୍ୟ ଏକାଦଶ ଓ ଦ୍ବାଦଶ ଶ୍ରେଣୀରେ ଏକଲବ୍ୟ ମଡେଲ ଆବାସିକ ସ୍କୁଲ ଗୁଡିକରେ ବିଜ୍ଞାନ ସହିତ କଳା ଓ ବାଣିଜ୍ୟ ବିଷୟ ରଖିବା ପାଇଁ ସୁପାରିଶ କରାଯାଇଛି । Post navigation Bhakta Das: ମୁଁ ଦଳିତ କିନ୍ତୁ ସଦା ଆଦିବାସୀଙ୍କ ପାଇଁ ଲଢ଼ିଛି ଓ ଲଢ଼ୁଛି: ଭକ୍ତ ଦାସ Odisha Politics: ଶଙ୍ଖ ଭବନରେ ବିଜେଡି ମହିଳା ନେତ୍ରୀଙ୍କ ବୈଠକ