Odisha CM terminates official over allegations of corruption
ଦୁର୍ନୀତି ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁଗୋଳ ଜିଲ୍ଲା କଣିହା ବ୍ଲକର ପୂର୍ବତନ ଯୋଗାଣ ନିରୀକ୍ଷକ ବବିଲତା ବେହେରାଙ୍କୁ ଚାକିରୀରୁ ବହିଷ୍କାର କରିଛନ୍ତି ।
 
ବବିଲତା ବର୍ତ୍ତମାନ ବାରିପଦା ଜିଲ୍ଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟରେ ଯୋଗାଣ ନିରୀକ୍ଷକ ଭାବେ କାର୍ଯ୍ୟରତ ଅଛନ୍ତି ।
 
ସୂଚନାଯୋଗ୍ୟ ଯେ, କଣିହା ବ୍ଲକରେ କାର୍ଯ୍ୟରତ ଥିବାବେଳେ ଲାଞ୍ଚ ଗ୍ରହଣ କରିଥିବା ଅଭିଯୋଗରେ ଅନୁଗୋଳ ଜିଲ୍ଲା ଭିଜିଲାନ୍‍ସ ପକ୍ଷରୁ ତାଙ୍କ ବିରୁଦ୍ଧରେ କେଶ୍ ରୁଜୁ ହୋଇଥିଲା । ନିକଟରେ ଅନୁଗୋଳ ଭିଜିଲାନ୍‍ସ ସ୍ପେସାଲ ଜଜ୍‍ ତାଙ୍କୁ ଦୋଷୀ ସାବ୍ୟସ୍ତ କରି ଦଣ୍ଡ ବିଧାନ କରିଛନ୍ତି ।
 
ଦୁର୍ନୀତି ବିରୁଦ୍ଧରେ ଶୂନ୍ୟ ସହନଶୀଳତା ନୀତି ଅବଲମ୍ୱନ କରୁଥିବା ମୁଖ୍ୟମନ୍ତ୍ରୀ ଏ ବିଷୟରେ ଅବଗତ ହେବା ପରେ ବବିତା ବେହେରାଙ୍କୁ ତୁରନ୍ତ ଚାକିରୀରୁ ବହିଷ୍କାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
 
ସୂଚନାଯୋଗ୍ୟ ଯେ, ଗୋଟିଏ ଦିନରେ ମୁଖ୍ୟମନ୍ତ୍ରୀ ଦୁଇ ଦୁଇ ଜଣ ଦୁର୍ନୀତି ଖୋର୍‍ ସରକାରୀ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର କରିଛନ୍ତି । ଏହା ପୂର୍ବରୁ ଆଜି ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ବହିଷ୍କାର କରିଥିଲେ ।

By Nirvay

Leave a Reply

Your email address will not be published. Required fields are marked *